ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ
ଦିଗପହଣ୍ଡି, (ଯୁଗାବ୍ଦ ନ୍ୟୁଜ):ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ମଧୁବନ କ୍ଳଷ୍ଟରର ପେଣ୍ଠା ଗ୍ରାମ ସ୍ଥିତ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ରବିବାର ବାର୍ଷିକୋତ୍ସବ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପ୍ରଧାନଶିକ୍ଷକ ବରଦା କାନ୍ତ ପରିଡାଙ୍କ ଅଧ୍ଯକ୍ଷତାରେ ଆୟୋଜିତ ଉତ୍ସବରେ ସ୍ଥାନୀୟ ସରପଞ୍ଚ ମନୋରଞ୍ଜନ ଗୈାଡ ମୁଖ୍ୟଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ ଉଦଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଏବିଇଓ ବାଳା ମାଝୀ , ରସାନନ୍ଦ ଘଡେଇ , ବିଶ୍ରବା ପାଇକ , ଦିଗପହଣ୍ଡି ବ୍ଲକ ଅଧ୍ଯକ୍ଷା ପ୍ରତିନିଧି କୃଷ୍ଣଚନ୍ଦ୍ର ସେଠୀ , ଜିଲ୍ଲା ପରିଷଦ ପ୍ରତିନିଧି ଏମ୍ . ନିରଞ୍ଜନ ରେଡ୍ଡୀ , ଗଡଗୋବିନ୍ଦପୁର ପଞ୍ଚାୟତ ସରପଞ୍ଚ ରଞ୍ଜନ କୁମାର ସାହୁ , ଗୋକର୍ଣ୍ଣପୁର ସରପଞ୍ଚ ପ୍ରତିନିଧି ସନ୍ତୋଷ କୁମାର ଦୋରା , ସିଆରସିସି ବାବୁଲାଲ ନାୟକ , ଦେବେନ୍ଦ୍ର ବେହେରା , ବାସୁଦେବ ବେହେରା , ସୁବ୍ରତ କୁମାର ପଣ୍ଡା , ପ୍ରଧାନଶିକ୍ଷକ ରାଜେନ୍ଦ୍ର ଗୈାଡ , ସୁଧାଂଶୁ ପଣ୍ଡା , ସିମାଞ୍ଚଳ ପ୍ରଧାନ , ପ୍ରଦୀପ କୁମାର ପାଇକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ । ଏହି ପରିପ୍ରେକ୍ଷୀରେ ବିଦ୍ୟାଳୟର ଶିଶୁ ପ୍ରତିଭା ମାନଙ୍କ ଦ୍ବାରା ପ୍ରଦର୍ଶିତ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଦେଖିବା ପରେ ଅତିଥି ବୃନ୍ଦ ସେମାନଙ୍କୁ ଖୁବ୍ ପ୍ରଶଂସା କରିଥିଲେ । ବିଦ୍ୟାଳୟ ପରିଚାଳନା କମିଟି ସଭାପତି ମିତ ଗୈାଡ କାର୍ଯ୍ୟକ୍ରମ ରେ ସଭାପତିତ୍ବ କରିଥିବା ବେଳେ ଶିକ୍ଷକ ବିଜୟ କୁମାର ଗୈାଡ ସଂଯୋଜନା କରିଥିଲେ । କାର୍ଯ୍ୟକ୍ରମ ଶେଷରେ ବିଦ୍ୟାଳୟ ଶିକ୍ଷୟିତ୍ରୀ ସ୍ନେହଲତା ଦଳାଇ ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ ,ଶିକ୍ଷକ ଓ ଛାତ୍ରୀ ଛାତ୍ର ସମସ୍ତ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ।