ଫିଟ୍ ଇଣ୍ଡିଆ କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) :-ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ପଦ୍ମପୁର ସ୍ଥିତ ବିନୋଦିନୀ ଉଚ୍ଚମାଧ୍ୟମିକ ବିଦ୍ୟାଳୟର(କଲେଜ) ଜାତୀୟ ସେବା ଯୋଜନା ଓ ନେହେରୁ ଯୁବ କେନ୍ଦ୍ରର ମିଳିତ ଆନୁକୁଲ୍ୟରେ ଫିଟ୍ ଇଣ୍ଡିଆ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷ ମନୋଜ କୁମାର ପଟ୍ଟନାୟକଙ୍କ ସଭାପତିତ୍ୱରେ ନେହେରୁ ଯୁବ କେନ୍ଦ୍ରର ଯୁବ ଅଧିକାରୀ ବିଜୟ ମହାପାତ୍ରଙ୍କ ନିର୍ଦ୍ଦେଶକ୍ରମେ କାର୍ଯ୍ୟକର୍ତ୍ତାମାନ ହୋଇଥିଲା । ଏହି କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିବା ପାଇଁ ଦୁଇଜଣ ସାଧନ ବ୍ୟକ୍ତିତ୍ୱ ଭାବେ ଭାଗବତ ପାଢୀ ଓ କ୍ରିଷ୍ଣା ରାଓ ଯୋଗଦେଇ ଫିଟ୍ ଇଣ୍ଡିଆ କାର୍ଯ୍ୟକ୍ରମର ବିଶେଷତ୍ୱ ଉପରେ ଭାଷଣ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା କର୍ମଚାରୀ ବୃନ୍ଦ ସହଯୋଗ କରିଥିବା ବେଳେ ଏହି କାର୍ଯ୍ୟକ୍ରମକୁ ଏନ୍ଏସ୍ଏସ୍ ପ୍ରୋଗ୍ରାମ ଅଫିସର ଅଧ୍ୟାପକ ସୀତାରାମ ପ୍ରଧାନ ଧନ୍ୟବାଦ ପ୍ରଦାନ କରିଥିବା ବେଳେ ଉକ୍ତ କାର୍ଯ୍ୟକ୍ରମରେ ବହୁ ଛାତ୍ରଛାତ୍ରୀ ଭାଗନେଇଥିଲେ ।


