ଫେବ୍ରୁଆରି ୧୫ରୁ ସିବିଏସ୍ଇ ଦଶମ ଶ୍ରେଣୀ ପରୀକ୍ଷା

ନୂଆଦିଲ୍ଲୀ- ଫେବ୍ରୁଆରି ୧୫ରୁ ସିବିଏସ୍ଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ହେବ ବୋଲି ବୁଧବାର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନାଦିଆଯାଇଛି। ସିବିଏସ୍ଇ ଦଶମ ଶ୍ରେଣୀ ପରୀକ୍ଷା ଫେବ୍ରୁଆରି ୧୫ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ରେ ଶେଷ ହେବ। ତାସହିତ ସିବିଏସ୍ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫେବ୍ରୁଆରି ୧୫ରୁ ଆରମ୍ଭ ହୋଇ ମାର୍ଚ୍ଚ ୩୦ରେ ଶେଷ ହେବ। ଅନ୍ୟପଟେ ଆଇସିଏସ୍ଇ ଦଶମ ଶ୍ରେଣୀ ପରୀକ୍ଷା ଫେବ୍ରୁଆରି ୨୭ରୁ ଆରମ୍ଭ ହୋଇ ମାର୍ଚ୍ଚ ୩୦ରେ ଶେଷ ହେବ

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ