ବଂଶୀଗାଁ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

ପାତ୍ରପୁର,(ପୁଷ୍ପାଞ୍ଜଳି ମିଶ୍ର):ପାତ୍ରପୁର ବ୍ଲକ ବାଦପୁର କ୍ଳଷ୍ଟର ବଂଶୀ ଗାଁ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ଉତ୍ସବ ଓ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି।କାର୍ଯ୍ୟକ୍ରମରେ ପ୍ରଧାନ ଶିକ୍ଷକ ଗଣେଶ ସେଠୀ ସଭାପତିତ୍ବ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ସରପଞ୍ଚ ତିଳ ବେହେରା ମୁଖ୍ୟ ବକ୍ତା ଭାବେ ନାଏବ ସରପଞ୍ଚ ମାଧବ ବାଡତ୍ୟା ଯୋଗ ଦେଇଥିଲେ। ସମ୍ମାନୀତ ଅତିଥି ସି ଆର୍ ସି ସି କୃଷ୍ଣ ସେଠୀ,ପରିଚାଳନା କମିଟିର ଅଧ୍ୟକ୍ଷ ପ୍ରଫୁଲ୍ଲ ଶବର ଶିକ୍ଷକ ନେତା ଟୁଟୁ ପ୍ରଧାନ ଓ ବି ରାମାରାଓ ପ୍ରମୁଖ ମଞ୍ଚାସିନ ରହି ଅଭିଭାଷଣ ପ୍ରଦାନ କରିଥିଲେ। ଏହି ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ବୃନ୍ଦାବନ ବିଷୋୟୀ ଙ୍କୁ ବିଦ୍ୟାଳୟ ଓ ଗ୍ରାମବାସୀ ତରଫରୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇ ପୁରସ୍କୃତ କରାଯାଇଥିଲା। କୃତୀ ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ବାରା ପ୍ରମାଣପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିବା ବେଳେ ସହକାରୀ ଶିକ୍ଷକ ରତ୍ନାକର ପ୍ରଧାନ ବୀବରଣୀ ପଠନ ପୂର୍ବକ ମଞ୍ଚ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ରାଜୀବ ଲୋଚନ ପ୍ରଧାନ, କୃଷ୍ଣଚନ୍ଦ୍ର ପ୍ରଧାନ,ନିଶାମଣି ପ୍ରଧାନ, ସଦାନନ୍ଦ ଶବର ଙ୍କ ସମେତ ବାଦ୍ ପୁର କ୍ଳଷ୍ଟର ଓ ଆଖପାଖ ଅଞ୍ଚଳର ବିଭିନ୍ନ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟତ୍ରୀ ମାନେ ଯୋଗ ଦେଇଥିଲେ। ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ଦ୍ବାରା ଚିତ୍ତାକର୍ଷକ ସଙ୍ଗୀତ ନୃତ୍ୟ ପରିବେଷଣ କରାଯାଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ