ବଙ୍ଗୋପସାଗରରେ ଲଘୁଚାପ , ୩ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର, (ୱାଇଏନ୍‌ଏସ୍‌): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଗତକାଲି ସୃଷ୍ଟି ହୋଇଥିବା ସାଇକ୍ଲୋନିକ ସର୍କୁଲେସନ ଆଜି ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହି ଲଘୁଚାପ ଆସନ୍ତା ଦୁଇଦିନରେ ପଶ୍ଚିମ ଓ ଉତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୧୯ ତାରିଖ ପର‌୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ଓ ଆଭ୍ୟନ୍ତରୀଣ ଜିଲ୍ଲାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି ।ପାଣିପାଗ ବିଭାଗ ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । କୋରାପୁଟ, ମାଲକାନଗିରି, ଗଜପତି, ନବରଙ୍ଗପୁର ଓ ରାୟଗଡ଼ା ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, କଟକ, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ୧୭ରୁ ୧୮ ତାରିଖ ମଧ୍ୟରେ କନ୍ଧମାଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, କଟକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ସମ୍ବଲପୁର, ସୁବର୍ଣ୍ଣପୁର, ନୟାଗଡ, ଅନୁଗୁଳ, କଳାହାଣ୍ଡି, ଜଗତସିଂହପୁର ଓ ଗଂଜାମ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ଏହା ବ୍ୟତୀତ ୧୮ରୁ ୧୯ ତାରିଖ ମଧ୍ୟରେ ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର ଓ ନୂଆପଡା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନାକୁ ଦେଖି ଏହି ଜିଲ୍ଲାଗୁଡିକୁ ଆଂଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ