ବଡ଼ ପଙ୍କଳବାଡିର ବଜାର ଗୃହ ଉଦଘାଟନ କଲେ ବିଧାୟକ

ପୋଲସରା, (ଅନିଲ କୁମାର ମହାରଣା):ପୋଲସରା ବ୍ଲକ ଅନ୍ତର୍ଗତ ବଡ ପଙ୍କଳବାଡ଼ି ଗ୍ରାମାରେ ଅଗଷ୍ଟ ୦୯ ତାରିଖ ଦିନ ନୂତନ ଭାବେ ନିର୍ମିତ ବଜାର ଗୃହ ଗୃହ ଉଦଘାଟିତ ହୋଇଯାଇଛି। ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବଜାର ଗୃହ ଉଦଘାଟନ କରିଥିଲେ। ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ବଳରାମ ସେଠୀ, ପୋଲସରା ବିଡ଼ିଓ ସୁରଞ୍ଜନ କୁମାର ସାହୁ, ବ୍ଲକ ଉପାଧ୍ୟକ୍ଷା ସଂଯୁକ୍ତା ବାଡତ୍ୟା, ଜିଲ୍ଲା ପରିଷଦ ସଦସ୍ୟା ସସ୍ମିତା ତରାଇ, ସରପଞ୍ଚ ରଞ୍ଜୟ କୁମାର ପାଣିଗ୍ରାହୀ, ସମିତି ସଭ୍ୟା ସରସ୍ବତୀ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ଅଞ୍ଚଳର ବହୁ ବ୍ୟକ୍ତି ଯୋଗ ଦେଇଥିଲେ। ଏହାପରେ ବିଧାୟକ ଶ୍ରୀ ସାହୁ ଓ ବିଡ଼ିଓ ଲୋକମାନଙ୍କ ବିଭିନ୍ନ ସମସ୍ୟା ବୁଝିବା ସହ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ