ବଣପଲ୍ଲୀ ବିଦ୍ୟାଳୟରେ ପୋଷାକ ବଣ୍ଟନ ମେଳା

ବୁଗୁଡା, (ଅନିଲ କୁମାର ମହାରଣା):ବୁଗୁଡା ବ୍ଲକ ଅନ୍ତର୍ଗତ ଏ.କରଡ଼ାବାଡ଼ି ପଞ୍ଚାୟତର ବଣପଲ୍ଲୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ଓ ଜୋତା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି। ବଣପଲ୍ଲୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ବାପୁଜୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୋଷାକ ଓ ଜୋତା ବଣ୍ଟନ ମେଳାରେ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ରିଙ୍କି ଦାଶ, ଏସଏମସି ସଭାପତି ଦିବାକର ଗୌଡ଼, ବିଇଓ ଅଫିସ ମୁଖ୍ୟ କିରାଣୀ ଭାସ୍କର ଚନ୍ଦ୍ର ସାହୁ, ସିଆରସିସି ଡି.ବାସୁଦେବ ଦୋରା, ମା କାଳୀ କୃଷକ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ଭୋଳ ଓ ସହକାରୀ ଶିକ୍ଷକ ବିପିନ ସେଠୀ ଯୋଗଦେଇଥିଲେ। ଅତିଥି ବୃନ୍ଦ ଓ ଏସଏମସି ମେମ୍ବର ବୃନ୍ଦ ଛାତ୍ରଛାତ୍ରୀମାନଙ୍କୁ ପୋଷାକ ବଣ୍ଟନ କରିଥିଲେ। ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀ ବୃନ୍ଦ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ