ବଦଳିଲେ କେନ୍ଦ୍ରାପଡା ଡିଆରଡିଏ ପିଡି
କେନ୍ଦ୍ରାପଡ଼ା, (ଚିତ୍ତରଂଜନ ଦାସ):କେନ୍ଦ୍ରାପଡା ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦେଶକ ଦିଲ୍ଲିପ କୁମାର ପରିଡାଙ୍କୁ ରାଜ୍ୟ ବନ୍ଦୋବସ୍ତ ଓ ଚକବନ୍ଦୀର ଅତିରିକ୍ତ କମିଶନର ଭାବେ କଟକକୁ ବଦଳି କରାଯାଇଛି । ସେହିଭଳି ଭଦ୍ରକ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ଅତିରିକ୍ତ ପ୍ରକଳ୍ପ ନିର୍ଦେଶକ(ପ୍ରଶାସନ) ରାଜେନ୍ଦ୍ର କୁମାର ପଣ୍ଡାଙ୍କୁ କେନ୍ଦ୍ରାପଡା ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦେଶକ ଭାବେ ନିଯୁକ୍ତି ପ୍ରଦାନ କରାଯାଇଥିବା ସଂକ୍ରାନ୍ତରେ ସାଧାରଣ ପ୍ରଶାସନ ବିବାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି ।