ବନକଲାଗି ନୀତି ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ ୪ ଘଣ୍ଟା
ପୁରୀ : ବୁଧବାର ଶ୍ରୀମନ୍ଦିରରେ ପାଳିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଏଥିପାଇଁ ଅପରାହ୍ନ ପ୍ରାୟ ୩ଟାରୁ ରାତି ୭ଟା ପର୍ଯ୍ୟନ୍ତ ୪ ଘଣ୍ଟା ଧରି ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି। ସେ କହିଛନ୍ତି ଯେ, ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିର ଜୟ ବିଜୟ ଦ୍ୱାର ବନ୍ଦ ହେବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ତିଆରି ପ୍ରସାଧାନରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।


