ବନ୍ତରେ ବିଜେଡି ପକ୍ଷରୁ ପ୍ରତିଷ୍ଠା ଦିବସ ପାଳିତ
ବନ୍ତ, (ଚାନ୍ଦିନୀ ମହାନ୍ତି):ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସ ଅବସରରେ ବନ୍ତ ବ୍ଲକ ବିଜୁ କଲ୍ୟାଣ ମଣ୍ଡପ ଠାରେ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା । ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀ ସଭାପତି ବିପିନ ନାୟକ, ବ୍ଲକ ଛାତ୍ର ବିଜେଡି ସଭାପତି ପ୍ରଣବ କିଶୋର ଲେଙ୍କା, ଆଲୋକ ରାଉତ, ମଣି ଚରଣ ସାହୁ, ଅବ୍ୟକ୍ତ ଧଳ, ଶକ୍ତିଧର ରାଉତ, ଉମେଶ ସେଠୀ, ପ୍ରଫୁଲ୍ଲ ରାଉତ, ଅକ୍ଷୟ ମହାନ୍ତି, କାଳନ୍ଦି ଦାସ, ବାବୁଲା ସିଂଙ୍କ ସମେତ ଅନ୍ୟ ମାନେ ଉପସ୍ଥିତ ଥିଲେ ।


