ବନ୍ତ ଆଞ୍ଚଳିକ ମହାବିଦ୍ୟାଳୟରେ ମୋ କଲେଜ ଅଭିଯାନ
ବନ୍ତ, (ଚାନ୍ଦିନୀ ମହାନ୍ତି):ରବିବାର ବନ୍ତ ଆଞ୍ଚଳିକ ମହାବିଦ୍ୟାଳୟରେ ମୋ କଲେଜ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷ ରମେଶ ଚନ୍ଦ୍ର ସାମଲଙ୍କ ପୌରହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିଥି ଭାବେ ବିଧାୟକ ପ୍ରଫୁଲ୍ଲ ସାମଲ, ପୂର୍ବତନ ଅଧ୍ୟକ୍ଷ କାର୍ତ୍ତିକେଶ୍ୱର ଖୁଣ୍ଟିଆ, ଡଃ.ଶୁଭେନ୍ଦ୍ର କୁମାର ମିଶ୍ର, ସମାଜସେବୀ ମହେନ୍ଦ୍ରନାଥ ମିଶ୍ର, ପୁରାତନ ଛାତ୍ର ସଂସଦ ସଭାପତି ସଞ୍ଜୟ କୁମାର ମଜୁମଦାର ଯୋଗ ଦେଇ ମୋ କଲେଜ ଅଭିଯାନ ସଂପର୍କରେ ଆଲୋକପାତ କରିଥିଲେ । ଅଧ୍ୟାପକ ରାଜ କିଶୋର ଆଚାରୀ ସଭା ପରିଚାଳନା ଓ ଅତିଥି ପରିଚୟ ପ୍ରଦାନ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଡଃ.ସୁଧାଂଶୁ ନାୟକଙ୍କ ସମେତ ସମସ୍ତ ଅଧ୍ୟାପକ, ପ୍ରାଧ୍ୟାପକ ଓ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ଥିଲେ ।