ବନ୍ତ ଡାକ୍ତରଖାନାରେ ଡାକ୍ତରଙ୍କ ଅନୁପସ୍ଥିତି ନେଇ ଅସନ୍ତୋଷ
ବନ୍ତ,(ଚାନ୍ଦିନୀ ମହାନ୍ତି) : ବନ୍ତ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର(ନୂତନ)ରେ ବର୍ତ୍ତମାନ କାର୍ଯ୍ୟରତ ଡାକ୍ତର ଅନେକ ସମୟରେ ଅନୁପସ୍ଥିତି ରହୁଥିବା ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି । ସଂପୃକ୍ତ ଡାକ୍ତରଖାନାର ଡାକ୍ତର ବିଳମ୍ବରେ ଆସୁଥିବା ବେଳେ ଅନେକ ସମୟରେ ଡ୍ୟୁଟି କରୁନଥିବା ଅଭିଯୋଗ ହୋଇଛି । ଡାକ୍ତରଙ୍କ ଅନୁପସ୍ଥିତି ଯୋଗୁ ବହୁ ସମୟରେ ରୋଗୀ ମାନେ ଚିିକିତ୍ସା ସେବାରୁ ବଞ୍ôଚତ ହେଉଛନ୍ତି । ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ ସ୍ଥାୟୀ ଡାକ୍ତର ନିଯୁକ୍ତି କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବୀ କରିଛନ୍ତି ।


