ବନ୍ତ ପଞ୍ଚାୟତରେ ସାଧାରଣତନ୍ତ୍ର ଦିବସ ପାଳିତ
ବନ୍ତ, (ଚାନ୍ଦିନୀ ମହାନ୍ତି):ବନ୍ତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସରପଞ୍ଚ ମାନସୀରାଣୀ ରାଉତ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଏହି ଅବସରରେ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ବିଭୁଦତ୍ତ ପାତ୍ରଙ୍କ ସମେତ ସମସ୍ତ ୱାର୍ଡ ସଭ୍ୟ ଉପସ୍ଥିତ ଥିଲେ । ପରେ ପଞ୍ଚାୟତ ସଭାଗୃହରେ ଗ୍ରାମ ସଭା ଅନୁଷ୍ଠିତ ହୋଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସଂପର୍କରେ ଆଲୋଚନା ହୋଇଥିଲା । ଏଥିରେ ସମସ୍ତ ୱାର୍ଡରୁ ଜନସାଧାରଣ ମାନେ ଯୋଗ ଦେଇଥିଲେ ।