ବନ୍ଥପଲ୍ଲୀ ଗ୍ରାମ ପଞ୍ଚାୟତ ଗୃହ ଉଦଘାଟନ

ପୋଲସରା ,(ଅନିଲ କୁମାର ମହାରଣା): ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ପୋଲସରା ବ୍ଲକର ବନ୍ଥପଲ୍ଲୀ ଗ୍ରାମ ପଞ୍ଚାୟତ ଗୃହକୁ ଡିସେମ୍ବର ୨୪ ତାରିଖ ଦିନ ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁଙ୍କ କରକମଳରେ ଉଦଘାଟନ ହୋଇଯାଇଛି। ଏହି ଉଦଘାଟନୀ କାର୍ଯ୍ୟରେ ମୁଖ୍ୟ ଅତିଥି ଭାବେ ପୋଲସରା ବ୍ଲକ ଅଧ୍ୟକ୍ଷ ବଳରାମ ସେଠୀ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ପୋଲସରା ବିଡ଼ିଓ ଶମ୍ଭୁନାଥ ନନ୍ଦୀ, ବ୍ଲକ ଉପାଧ୍ୟକ୍ଷା ସଂଯୁକ୍ତା ବାଡ଼ତ୍ୟା, ଜିଲ୍ଲା ପରିଷଦ ସଦସ୍ୟା ସୁଚିତ୍ରା ବିଷୋୟୀ, ସରପଞ୍ଚ ଆରତୀ ନାହାକ, ସମିତି ସଭ୍ୟ ପବିତ୍ର କୁମାର ରାଉତ ଯୋଗଦେବା ସହ ସରକାରୀ କର୍ମଚାରୀ ଓ ଗ୍ରାମବାସୀ ଉପସ୍ଥିତ ଥିଲେ। ଏହି ଅବସରରେ ବିଧାୟକ ଶ୍ରୀ ସାହୁ ଗ୍ରାମବାସୀଙ୍କ ସହ ବିଭିନ୍ନ ସମସ୍ୟା ନେଇ ଆଲୋଚନା କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ