ବନ୍ଧସାହି ପ୍ରାଥମିକ ବିଦ୍ୟାଳୟ ବାର୍ଷିକ ଉତ୍ସବ

ବୁଗୁଡା( ଅନିଲ କୁମାର ମହାରଣା)ବୁଗୁଡା ବ୍ଲକ, ମାଣିତରାର ବନ୍ଧସାହି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର ଷଷ୍ଠତମ ବାର୍ଷିକ ଉତ୍ସବ ମଙ୍ଗଳବାର ଦିନ ଅନୁଷ୍ଟିତ ହୋଇ ଯାଇଛି। ବୁଗୁଡା ଗୋଷ୍ଠୀ ଶିକ୍ଷା ଅଧକାରୀ ରସାନନ୍ଦ କର ମୁଖ୍ୟ ଅତିଥି ଭାବେ ଯୋଗଦେଇ ବାର୍ଷିକ ଉତ୍ସବର କାର‌୍ୟ୍ୟକ୍ରମକୁ ଉଦଘାଟନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହରେକୃଷ୍ଣ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର‌୍ୟ୍ୟକ୍ରମରେ ବିଶିଷ୍ଠ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଭୁବନେଶ୍ଵରୀ ଖଟେଇ, ମୁଖ୍ୟ ବକ୍ତା ଭାବେ ଶିକ୍ଷାବିତ ତଥା ବୁଗୁଡା ପ୍ରେସ କ୍ଲବ ସାଧାରଣ ସମ୍ପାଦକ ଅନିଲ କୁମାର ମହାରଣା, ଏବଂ ସମ୍ମାନୀତ ଅତିଥି ଭାବେ ପୁର୍ବତନ ଜିଲ୍ଲା ପରିଷଦ ସଭ୍ୟ ଖଦାଳ ଖଟେଇ, ପୂର୍ବତନ ପ୍ରଧାନ ଶିକ୍ଷକ ଦିବାକର ସାମନ୍ତରାୟ, ସିଆରସିସି ଭବାନୀ ଶଙ୍କର ପାତ୍ର ପ୍ରମୁଖ ଯୋଗ ଦେଇଥିଲେ । ଅତିଥି ବୃନ୍ଦ ଛାତ୍ର ଛାତ୍ରୀ ମାନଙ୍କୁ ଭଲଭାବେ ପାଠ ପଢି ଉତ୍ତମ ନାଗରିକ ହେବାକୁ ପରାମର୍ଶ ଦେବାସହ ବିଦ୍ୟାମନ୍ଦିର ପ୍ରତି ଅଭିଭାବକ ବୃନ୍ଦ ସର୍ବଦା ସହଯୋଗ କରିବାକୁ ଅନୁରୋଧ କରିଥିଲେ। ବିଭିନ୍ନ ପ୍ରତିଯୋଗିତାରେ କୃତ୍ତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀଙ୍କୁ ଅତିଥି ବୃନ୍ଦ୍ର ପୁରସ୍କାର ପ୍ରଦାନ କରିଥିଲେ। ଶିକ୍ଷୟିତ୍ରୀ ରୁନି ସାହୁ ଓ ସୁଚିସ୍ମିତା ପ୍ରଧାନ ପରିଚାଳନାରେ ସହଯୋଗ କରିଥିଲେ। ଶେଷରେ ଛାତ୍ର ଛାତ୍ରୀ ବୃନ୍ଦ ସାସ୍କୃତିକ କାର‌୍ୟ୍ୟକ୍ରମ ପରିବେଷଣ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ