ବରିଷ୍ଠ ନାଗରିକଙ୍କୁ ସମ୍ବର୍ଦ୍ଧନା

ନିମାପଡ଼ା, (ସନ୍ତୋଷ ଦାଶ):ପୁରୀ ଜିଲ୍ଲା ନିମାପଡ଼ା ବ୍ଲକ ଛଣିଜଙ୍ଗ ପଞ୍ଚାୟତ ଅଳକୁଣ୍ଡ ଗ୍ରାମର ନୀଳକଣ୍ଠେଶ୍ଵର ମହାଦେବ ଙ୍କ ପୀଠରେ ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବ ରେ ବରିଷ୍ଠ ନାଗରିକ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ଆୟୋଜିତ ଉତ୍ସବ ରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଯୋଗ ଦେଇ ଗ୍ରାମର ୨୦ ରୁ ଉର୍ଦ୍ଧ ବରିଷ୍ଠ ନାଗରିକଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।ଅନ୍ୟ ମାନଙ୍କ ମଧ୍ୟରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶଙ୍କର ଭୋଇ, ବିଜେଡ଼ି ପର୍ଯ୍ୟବେକ୍ଷକ ପ୍ରଭାତ ଦାଶ ,ପଞ୍ଚାୟତ ବିଜେଡ଼ି ସଭାପତି ସୁବାସ ଚନ୍ଦ୍ର ବାରିକ ,ସମବାୟ ସମିତି ସଭାପତି ମହେନ୍ଦ୍ର କୁମାର ମହାପାତ୍ର , ଅଜୟ ସ୍ବାଇଁ ପ୍ରମୁଖ ଯୋଗ ଦେଇଥିଲେ । ଏହି ଅବସରରେ ମନ୍ତ୍ରୀ ୨୦ ରୁ ଉର୍ଦ୍ଧ ବରିଷ୍ଠ ନାଗରିକ ମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଯୁବ ଉଦ୍ୟୋଗୀ ସୁରେଶ ଚନ୍ଦ୍ର ମହାନ୍ତି ଙ୍କ ତତ୍ତ୍ଵାବଧାନରେ ଏହି କାର୍ଯ୍ୟକ୍ରମ କରା ଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ