ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା

ବୁଗୁଡା,(ଅନିଲ କୁମାର ମହାରଣା): ବୁଗୁଡା ଥାନା ଅନ୍ତର୍ଗତ ନିମପଦର ଗ୍ରାମର ଜଣେ ୬୫ ବର୍ଷ ବୟସ୍କ ବୃଦ୍ଧ ବିଷପାନ କରି ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି । ନିମପଦର ଗ୍ରାମର ଭଗବାନ ଦଳେଇ ବିଷପାନ କରି କିମ୍ବା କୌଣସି ବିଷାକ୍ତ ପ୍ରାଣୀ କାମୁଡ଼ାରୁ ବାହାରେ ପଡି ବାନ୍ତି କରି ଯନ୍ତ୍ରଣାରେ ଛଟପଟ ହେଉଥିବା ବେଳେ ତାଙ୍କ ପୁଅ ଜାଣିବା ପରେ ୧୦୮ ଆମ୍ବୁଲାନ୍ସ ଯୋଗେ ବୁଗୁଡା ମେଡିକାଲକୁ ଚିକିତ୍ସା ପାଇଁ ଆଣିଥିଲେ । ହେଲେ ଭଗବାନଙ୍କୁ ଡାକ୍ତର ମୃତ୍ୟୁ ଘୋଷଣା କରିଥିଲେ । ଖବର ପାଇ ବୁଗୁଡା ପୋଲିସ ମେଡିକାଲରେ ପହଞ୍ଚି ମର ଶରୀର ଜବତ କରିବା ସହ ୩୬/୨୦ ପ୍ରକାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ଶବ ବ୍ୟବଚ୍ଛେଦ ପାଇଁ ପଠା ଯାଇଛି । ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ ଘଟଣା ଜଣାପଡ଼ିବ ବୋଲି ବୁଗୁଡା ଥାନା ଆରକ୍ଷୀ ନିରୀକ୍ଷକ ଚିତ୍ତରଞ୍ଜନ ବେହେରା ପ୍ରକାଶ କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ