ବରିଷ୍ଠ ନାଗରିକ ମଞ୍ଚ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

ବୁଗୁଡା, (ଅନିଲ କୁମାର ମହାରଣା):ବୁଗୁଡା ବ୍ଲକ ଅନ୍ତର୍ଗତ ବାଲିପଦର ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚର କାର୍ଯ୍ୟାଳୟ ନିର୍ମାଣ ପାଇଁ ମାନ୍ୟବର ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ନଭେମ୍ବର ୩ ତାରିଖ ଦିନ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ସଂଗଠନ ର ବୈଠକରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।ବାଲିପଦର ବିଶ୍ଵକର୍ମା ଭବନ ପରିସରରେ ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚର ବୈଠକ ସଙ୍ଗଠନର ସଭାପତି କେ.କୃଷ୍ଣମୂର୍ତ୍ତି ଆଚାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମାନ୍ୟବର ଶ୍ରମ ମନ୍ତ୍ରୀ ଶ୍ରୀ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶନୀ ଆଚାରୀ, ସ୍ଥାନୀୟ ସରପଞ୍ଚ ରାଜଲକ୍ଷ୍ମୀ ପ୍ରଧାନ, ବାଲିପଦର ଫାଣ୍ଡି ଓଆଇସି ସମୀର କୁମାର ବେହେରା, ସମାଜସେବୀ କେ.ନୀଳମାଧବ ଆଚାରୀ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିଲେ। ବରିଷ୍ଠ ନାଗରିକ ମଞ୍ଚର ସମ୍ପାଦକ ପ୍ରକାଶ ଚନ୍ଦ୍ର ରଥ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ। ଏହି ଅବସରରେ ବରିଷ୍ଠ ନାଗରିକ ମଞ୍ଚ କାର୍ଯ୍ୟାଳୟ ନିର୍ମାଣ ପାଇଁ ମାନ୍ୟବର ଶ୍ରମ ମନ୍ତ୍ରୀ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ