ବର୍ତ୍ତିନି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୨୫ ତମ ବାର୍ଷିକ ଉତ୍ସବ

ବୁଗୁଡା,(ଯୁଗାବ୍ଦ ନ୍ୟୁଜ୍‌): ବର୍ତ୍ତିନି ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୨୫ ତମ ବାର୍ଷିକ ଉତ୍ସବ ଶୁକ୍ରବାର ଦିନ ଅନୁଷ୍ଟିତ ହୋଇଯାଇଛି।ଉତ୍ସବରେ ମୁଖ୍ୟ ଅତିଥି ଭାବେ ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ଯୋଗ ଦେଇ ପ୍ରଦୀପ ପ୍ରଜ୍ୱଳନ କରି ଉତ୍ସବକୁ ଉଦଘାଟନ କରିଥିବା ବେଳେ ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ ଶତୀନ୍ଦ୍ର କୁମାର ମିଶ୍ର ଅଧ୍ୟକ୍ଷତା କରିଥିଲେ । ମୁଖ୍ୟବକ୍ତା ଭାବେ ଉଚ୍ଚ ମାଧ୍ୟମିକ ଉପସଚିବ ଡ଼ଃ କୁଳମଣି ଓଝା ଏବଂ ସମ୍ମାନୀତ ଅତିଥି ଭାବେ ଆସିକା ବିଧାୟିକା ମଞ୍ଜୁଳା ସ୍ଵାଇଁ, ଆଇଆଇସି ଜିତେନ୍ଦ୍ର କୁମାର ମଲ୍ଲିକ, ବିଡ଼ିଓ ଶମ୍ଭୁନାଥ ନନ୍ଦି,ଓ ଏସବିଆଇ ଶାଖା ପରିଚାଳକା ଶିବାନୀ ନାୟକ ପ୍ରମୁଖ ଯୋଗ ଦେଇ ଉଦବୋଧନ ଦେଇଥିଲେ। ଅତିଥି ବୃନ୍ଦ କୃତିତ୍ୱ ଅର୍ଜନ କରିଥିବା ଛାତ୍ରୀ ଓ ଛାତ୍ର ମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ।ସ୍ଥାନୀୟ ସରପଞ୍ଚ,ସମିତି ସଭ୍ୟ,ଅଧ୍ୟାପିକା, ଅଧ୍ୟାପକ ଓ କର୍ମଚାରୀ ବୃନ୍ଦ ପରିଚାଳନାରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ