ବର୍ଷା ଛାଡ଼ିଲା, ଆସୁଛି କୁହୁଡ଼ି
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଗତ ୨ ଦିନ ହେଲା ଲାଗି ରହିଥିବା ବର୍ଷା ଛାଡ଼ିଛି । ତେବେ ଆଗକୁ କୁହୁଡ଼ି ଆସୁଛି । ଏନେଇ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ଠାରୁ ୨୯ ତାରିଖ ଯାଏଁ ପାଣିପାଗ ବିଭାଗ ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର ଓ ଝାରସୁଗୁଡ଼ାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି । ୨୮ ତାରିଖରେ ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଗଞ୍ଜାମ, କନ୍ଧମାଳ, କଳହାଣ୍ଡିରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି । ସେହିପରି ୨୯ ତାରିଖ ଦିନ କଳାହାଣ୍ଡି, କନ୍ଧମାଳ ଓ ବଲାଙ୍ଗୀର ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ଥିବାରୁ ଉପରୋକ୍ତ ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।


