ବର୍ଷା ସହ ପବନ ଆଗାମୀ ଦୁଇଦିନ

ଭୁବନେଶ୍ବର : ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ଫଳରେ ବୁଧୁବାର ଠାରୁ ପାଗ ବଦଳିଯିବା ସହିତ ୪ରୁ ୬ ତାରିଖ ମଧ୍ୟରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷାର ପ୍ରଭାବ ଅନୁଭୂତ ହେବା ସମ୍ଭ ବନ ଅଛି । ଆସନ୍ତା ୪ତାରିଖରୁ ଅଳ୍ପ କିଛି ସ୍ଥାନରେ ବର୍ଷାର ସମ୍ଭାବନା ଥିବାବେଳେ ୫ ଓ ୬ ତାରିଖରେ ଅଧିକାଂଶ ଜିଲାରେ ବର୍ଷା ସହିତ ୩୦ରୁ ୪୦କିମି ବେଗରେ ପବନ ବହିବାର ସମ୍ଭାବନା ଅଛି । ବର୍ଷା ପାଇଁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଫଳରେ ରାଜ୍ୟର ବିବିଭିନ୍ନ ସ୍ଥାନରେ ସାମାନ୍ୟ ଥଣ୍ଡା ଅନୁଭୂତି ହେବ ସମ୍ଭାବନା ଅଛି । ସେହିପରି ୪ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ସନ୍ଦରଗଡ଼, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି ଓ ରାୟଗଡ଼ାରେ ବର୍ଷା ହେବ। ଏହି ସମୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, କନ୍ଧମାଳ ଓ ନୟାଗଡ଼ରେ ୩୦ରୁ ୪୦କିମି ବେଗରେ ପବନ ବୋହିବା ସହ ଘଡ଼ଘଡ଼ି ସହିତ ବର୍ଷା ହେବ । ଗଞ୍ଜାମ, ଗଜପତି, ରାୟଗଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, ଓ ଖୋର୍ଦ୍ଧାରେ ଘଡ଼ଘଡ଼ି ସହିତ ବର୍ଷା ହେବ। ୫ତାରିଖରେ ଉତ୍ତର ଓଡ଼ିଶାର ଅଧିକାଂଶ ଅଞ୍ଚଳ ଓ ଦକ୍ଷିଣ ଓଡ଼ିଶାର ଅଳ୍ପ କିଛି ଅଞ୍ଚଳରେ ବର୍ଷା ହେବ। ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ଅନୁଗୋଳ, କନ୍ଧମାଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଢ଼େଙ୍କାନାଳ ଓ କଟକରେ ଘଡ଼ଘଡ଼ି ସହିତ ବର୍ଷା ଏବଂ ୩୦ରୁ ୪୦କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ୬ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷାର ସମ୍ଭାବନା ଥିବାବେଳେ କନ୍ଧମାଳ, ନୟାଗଡ଼, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଢ଼େଙ୍କାନାଳରେ ଘଡ଼ଘଡ଼ି ସହ ବର୍ଷା ଓ ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି ଆସନ୍ତା ୪ଦିନ ଭିତରେ ଦିନ କିମ୍ବା ରାତିର ତାପମାତ୍ରାରେ ପରିବର୍ତ୍ତନର ନାହିଁ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ