ବଲସକୁମ୍ପା ହାଇସ୍କୁଲରେ ସ୍ୱେଚ୍ଛାସେବୀ ଅନ୍ୱେଷଣ କାର୍ଯ୍ୟକ୍ରମ

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲା ଖଜୁରୀପଡା ବ୍ଲକର ବଲସକୁମ୍ପା ପଞ୍ଚାୟତ ଅନ୍ତର୍ଗତ ବଲସକୁମ୍ପା ହାଇସ୍କୁଲରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ସ୍ୱେଚ୍ଛାସେବୀ ଅନ୍ବେଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଅଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ମେହେର ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ପଞ୍ଚାନନ ବେହେରା, ବନ୍ଦନା ପଟ୍ଟନାୟକ, ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଅନ୍ତର୍ଯ୍ୟାମୀ ଦଳବେହେରା ଏବଂ ନେହରୁ ଯୁବ କେନ୍ଦ୍ର ଫୁଲବାଣୀର ସ୍ୱେଚ୍ଛାସେବୀ ଚନ୍ଦ୍ରମଣି ଦେହୁରୀ, ରୀତିମା ବାଘ, ସୋନାଲି ଦିଗାଲ, ମେଘାରାଣୀ ମହାପାତ୍ର, ଚନ୍ଦନ ପୃଷ୍ଟି ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମ ରେ ସ୍କୁଲର ଛାତ୍ରଛାତ୍ରୀ ଏବଂ ନେହରୁ ଯୁବ କେନ୍ଦ୍ରର ସ୍ୱେଚ୍ଛା ସେବୀ ପ୍ରମୁଖ ଯୋଗ ଦେଇଥିଲେ। ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ ହେଲନ ଅଞ୍ଜଳି ସେଠୀ ପ୍ରଥମ, ଶ୍ରାବଣୀ ସେଠୀ ଦ୍ୱିତୀୟ ଏବଂ ଲଭଲି ବାହୁକ ତୃତୀୟ ସ୍ଥାନ ଅଧିକାର କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ