ବସରେ ଅଗ୍ନିକାଣ୍ଡ, ୨୬ ଦଗ୍ଧ

ଚୀନରେ ଏକ ବସ୍ରେ ନିଆଁ ଲାଗିଯିବାରୁ ୨୬ଜଣ ଯାତ୍ରୀ ଜୀବନ୍ତ ଦଗ୍ଧ ହୋଇଯିବା ଭଳି ଏକ ଅଭାବନୀୟ ଘଟଣା ଘଟିଯାଇଛି । ଏହି ଘଟଣାରେ ଗୁରୁତର ଭାବେ ଆହତ ହୋଇଥିା ୨୮ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ସେମାନଙ୍କ୍ୱଧ୍ୟରୁ ୧୧ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଥିବା ଜଣାଯାଇଛି । ସୂଚନାଯୋଗ୍ୟ ମୋଟ୍ ୫୮ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏହି ବସ୍ଟିରେ କୌଣସି କାରଣବଶତଃ ନିଆଁ ଲାଗିଯାଇଥିଲା । ଡ୍ରାଇଭରଙ୍କୁ ମିଶାଇ ମୋଟ୍ ୩୨ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟଜଣଙ୍କୁ ବଞ୍ଚାଇବା ସମ୍ଭବ ହୋଇପାରିନଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ