ବାଇକ୍ ଦୁର୍ଘଟଣାରେ ଜଣେ ଗୁରୁତର

ହାଟଡ଼ିହି,(ଯୁଗାବ୍ଦ ନ୍ୟୁଜ୍‌): ଆନନ୍ଦପୁର-ଭଦ୍ରକ ରାସ୍ତାର ବଞ୍ଚୋଛକ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି । ଖବରରୁ ଜଣାଯାଇଛି ଯେ ଯୁବକ ଜଣକ ବାଇକ ଯୋଗେ ଆନନ୍ଦପୁର ଆଡକୁ ଯାଉଥିବାବେଳେ ବଞ୍ଚୋଛକ ନିକଟରେ ରାସ୍ତା କଡରେ ଥୁଆଯାଇଥିବା ଏକ ସାଇକେଲ ସହ ଧକ୍କା କରି ରାସ୍ତା କଡକୁ ଛିଟିକି ପଡିଥିଲା । ସ୍ଥାନୀୟ ଲୋକମାନେ ତାକୁ ଉଦ୍ଧାର କରି ହାଟଡିହି ଦମକଳ ଯୋଗେ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଥିଲେ । ତାଙ୍କର ଅବସ୍ଥା ଶଙ୍କଟାପର୍ଣ୍ଣ ଥିବାରୁ ତାଙ୍କୁ କଟକ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଉକ୍ତ ଯୁବକର ଘର ଆଗରପଡା ବୋଲି ଜଣାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ