ବାଇକ ଦୁର୍ଘଟଣାରେ ଜଣେ ଗୁରୁତର
ଭଞ୍ଜନଗର,(ସନ୍ତୋଷ କୁମାର ଜେନା): ଗଂଜାମ ଜିଲ୍ଲା ତାରସିଂ ଥାନା ଅନ୍ତର୍ଗତ ଗାୟ।ଗଣ୍ଡା ମୁଖ୍ୟ ସଡକ ଉପରେ ଆଜି ଏକ ବାଇକ ଦୁର୍ଘଟଣା ଘଟି ଦୀପକ କୁମାର ରାଉଳ ନାମକ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି । ମିଳିଥିବା ସୂଚନା ମୁତାବକ ଦୀପକ ଦଶପଲ୍ଲାରୁ ଭଞ୍ଜନଗର ଅଭିମୁଖେ ଆସୁଥିବା ବେଳେ କୌଣସି କାରଣରୁ ଭାରସାମ୍ୟ ହରାଇ ବାଇକଟି ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ଏହି ଦୁର୍ଘଟଣାରେ ସେ ଗୁରୁତର ଭାବେ ଆହତ ହୋଇଥିବା ବେଳେ ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରାଯାଇଛି l