ବାଉଁଶଲୁଣ୍ଡିରେ ମା’ ପାଇଁ ଗଛ ଟିଏ କାର୍ଯ୍ୟକ୍ରମ

ଭଞ୍ଜନଗର,(ସନ୍ତୋଷ ଜେନା): ଦିନକୁ ଦିନ ପରିବେଶ ବିଗିଡିବାରେ ଲାଗିଛି । ଫଳରେ କେଉଁଠି ଅତ୍ୟଧିକ ବର୍ଷା ଫଳରେ ଧନ ଜୀବନ ନଷ୍ଟ ହେଉଛି ତ କେଉଁଠି ବର୍ଷା ନେହେବା କାରଣରୁ ବ୍ୟାପକ ଫସଲ ନଷ୍ଟ ହେଉଛି । ତେଣୁ ପରିବେଶର ସୁରକ୍ଷା କରିବାକୁ ହେଲେ ବ୍ୟାପକ ବୃକ୍ଷ ରୋପଣ ଦରକାର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ଆହ୍ୱାନ କ୍ରମେ ମା’ ପାଇଁ ଗଛ ଟିଏ ର ସ୍ଲୋଗାନ ଦେଇ ବ୍ୟାପକ ଚାରା ରୋପଣ ଓଡ଼ିଶାରେ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଭଞ୍ଜନଗର ସ୍ଥିତ ବାଉଁଶଲୁଣ୍ଡି ଠାରେ ଯୁବକ ସଂଘ ପକ୍ଷରୁ ଆୟୋଜିତ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ରେ କେନ୍ଦୁଝର ସାଂସଦ ଅନନ୍ତ ନାୟକ ମୁଖ୍ୟ ଅତିଥି ଓ ସଂମ୍ମାନୀତ ଅତିଥି ରୂପେ ସ୍ଥାନୀୟ ବିଧାୟକ ପ୍ରଦ୍ୟୁମ୍ନ ନାୟକ ଯୋଗ ଦେଇଥିଲେ। ନିକଟସ୍ଥ ସ୍ମଶାନ ନିକଟରେ ବିଭିନ୍ନ ପ୍ରକାରର ୧୦୦ ଚାରା ରୋପଣ କରାଯାଇଥିଲା। ପରିବେଶ ର ସୁରକ୍ଷା ପାଇଁ ବ୍ୟାପକ ଚାରା ରୋପଣ କରିବାସହ ଚାରା ର ଯତ୍ନ ନେବାପାଇଁ ଉପସ୍ଥିତ ଜଣ ସାଧାରଣ ଓ ଯୁବ ବର୍ଗ ଙ୍କୁ ଅତିଥି ମାନେ ପରାମର୍ଶ ଦେଇଥିଲେ। ବନଖଣ୍ଡ ଅଧିକାରୀ ହିମାଂଶୁ ଶେଖର ମହାନ୍ତି,କେନ୍ଦ୍ରୀୟ ବନାଞ୍ଚଳ ଅଧିକାରୀ ପୃଥ୍ୱୀରାଜ ପ୍ରଧାନ ଉପସ୍ଥିତ ରହି ଯୁବକ ସଂଘର କାର୍ଯ୍ୟଶୈଳୀ କୁ ପ୍ରଶଂସା କରିଥିଲେ। ସରପଞ୍ଚ ଉଦ୍ଧବ ମିଶ୍ର ଯୁବକ ସଂଘ ସଦସ୍ୟ ଙ୍କୁ ଧନ୍ୟବାଦ ଦେବା ସହ ଗଛଟିଏ ଲଗାଇବା ସହିତ ସମସ୍ତ ଙ୍କୁ ଗଛ ଲଗାଇବା ନିମନ୍ତେ ସଚେତନତା କରିବାକୁ କହିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ