ବାଙ୍ଗୋର ନୋଡାଲ ସ୍କୁଲ ରେ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୨

ହାଟଡ଼ିହି, (ବିକାଶ ବିଶ୍ୱାଳ):ହାଟଡିହି ବ୍ଲକ ବାଙ୍ଗୋର ଠାରେ ଥିବା ସରକାରୀ ନୋଡାଲ ସ୍କୁଲ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୨ ଅନୁଷ୍ଠିତ ହୋଇଯାଇଛି । ସିଆରସିସି ବସନ୍ତ କୁମାର ନାୟକଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଏହି ଉତ୍ସବରେ ୧୦ରୁ ଉର୍ଦ୍ଧ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଯୋଗଦେଇ ଚିତ୍ରାଙ୍କନ, କୁଇଜ, ବକ୍ତୃତା, ସୃଜନଶୀଳ ଲିଖନ, ସଂଗୀତ, ପ୍ରବନ୍ଧ, ମଧ୍ୟାହ୍ନ ଭୋଜନ, ତର୍କ ଆଦି ପ୍ରତିଯୋଗୀତାରେ ଅଂଶ ଗ୍ରହଣ କରିଥିଲେ । ବାଙ୍ଗୋର ନୋଡାଲ ୟୁ.ପି ସ୍କୁଲର ପ୍ରଧାନ ଶିକ୍ଷକ ରବିନ୍ଦ୍ର କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଯାପନି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଶିକ୍ଷାବିତ ନାରାୟଣ ଚନ୍ଦ୍ର ଲେଙ୍କା, ମୁଖ୍ୟ ବକ୍ତା ଭାବେ ଶିକ୍ଷାବିତ ଶଙ୍ଖାଳି ଚରଣ ରାଉଳ, ସମ୍ମାନୀତ ଅତିଥି ଭାବେ ସ୍କୁଲ ପରିଚାଳନା କମିଟିର ସଭାପତି ମହେଶ ଚନ୍ଦ୍ର ବାରିକ, ସ୍ୱତନ୍ତ୍ର ଅତିଥି ଭାବେ ଏସିବି ଫାଉଣ୍ଡେସନର ପ୍ରତିଷ୍ଠାତା ଅଳେଖ ଚନ୍ଦ୍ର ବେହେରା ପ୍ରମୁଖ ଯୋଗଦେଇ ସୁରଭି କାର୍ଯ୍ୟକ୍ରମ ଦ୍ୱାରା ଗାଁ ଗହଳିର ପ୍ରତିଭାଧାରୀ ଛାତ୍ରଛାତ୍ରୀ ମାନଙ୍କ ପ୍ରତିଭା ବିକଶିତ ହୋଇ ପାରୁଛି ବୋଲି ଅତିଥିମାନେ ମତବ୍ୟକ୍ତ କରିବା ସହ କୃତ୍ତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବଣ୍ଟନ କରିଥିଲେ । ଶିକ୍ଷକ ଶଶିଭୂଷଣ ପୁହାଣ, ସତ୍ୟନାରାୟଣ ଜେନା, ବିଷ୍ଣୁ ପ୍ରସାଦ ପୋଇତେଇ, ରାଜେଶ କୁମାର ପଣ୍ଡା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ