ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ରେସୱା ସ୍ୱାଧାର ଗୃହ ଅନ୍ତେବାସୀଙ୍କୁ ସହାୟତା
କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଗରାପୁରସ୍ଥିତ ରେସୱା ସ୍ୱାଧାର ଗୃହର ଅନ୍ତେବାସୀମାନଙ୍କୁ ସହାୟତା ପ୍ରଦାନ କରାଯାଇଛି । ଏହି ଉପଲକ୍ଷେ ରେସୱା ସମ୍ମିଳନୀ କକ୍ଷରେ ଅନୁଷ୍ଠାନର ମୁଖ୍ୟ ସେକ ଲିଆକତ ହୁସେନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ସଭାରେ ଟ୍ରଷ୍ଟର ମୁଖ୍ୟ ଯୁକ୍ତରାଷ୍ଟ୍ର ଆମେରିକାସ୍ଥିତ ଆଲେସ୍କା ବିଶ୍ୱ ବିଦ୍ୟାଳୟର ପ୍ରଫେସର ଡଃ. ଦେବେନ୍ଦ୍ର କୁମାର ଦାସ ଯୋଗଦେଇ ଅନ୍ତେବାସୀମାନେ କିଭଳି ଆତ୍ମନିର୍ଭରଶୀଳ ହୋଇପାରିବେ ସେ ସମ୍ପର୍କରେ ତାଙ୍କ ବକ୍ତବ୍ୟରେ ବିଭିନ୍ନ ପରାମର୍ଶ ଦେଇଥିଲେ । ଟ୍ରଷ୍ଟର ସଂଯୋଜକ ପ୍ରଦିପ କୁମାର ମହାନ୍ତି ଯୋଗଦେଇ ଅନ୍ତେବାସୀମାନଙ୍କୁ ବିଭିନ୍ନ ଉପାଦେୟ ପରାମର୍ଶ ପ୍ରଦାନ କରିଥିଲେ । ଏହି ଅବସରରେ ଟ୍ରଷ୍ଟ ପକ୍ଷରୁ ଅନ୍ତେବାସୀମାନଙ୍କୁ ବେଡସିଟ ଓ ବିସ୍କୁଟ ପ୍ରଦାନ କରାଯିବା ସହିତ ଅନ୍ତେବାସୀ ଶିକ୍ଷାର୍ଥୀମାନଙ୍କୁ ସେମାନଙ୍କ ଶିକ୍ଷା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ କରିବାକୁ ପ୍ରଫେସର ଡଃ. ଦାସ ପ୍ରତିଶୃତି ପ୍ରଦାନ କରିଥିଲେ । ଶେଷରେ ସ୍ୱାଧାର ଗୃହର ଅଧିକ୍ଷିକା ମିନତୀ ମହାରଣା ଧନ୍ୟବାଦ ଅର୍ପଣ କରିଥିଲେ ।