ବାଞ୍ଛାନିଧି ଦାସ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ କିଡନୀ ରୋଗୀଙ୍କୁ ସହାୟତା

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):ରାଜ୍ୟର ଅଗ୍ରଣୀ ସ୍ୱେଛାସେବୀ ସଂଗଠନ ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ କିଡନୀ ରୋଗରେ ଆକ୍ରାନ୍ତ ରୋଗୀଙ୍କୁ ଆର୍ôଥକ ସହାୟତା ପ୍ରଦାନ କରାଯାଇଛି । ଟ୍ରଷ୍ଟର ମୁଖ୍ୟ ପୃଷ୍ଠପୋଷକ ଆମେରିକାର ଆଲାସ୍କା ବିଶ୍ୱବିଦ୍ୟାଳୟର ଏମିରେଟସ ପ୍ରଫେସର ଡ. ଦେବେନ୍ଦ୍ର କୁମାର ଦାସଙ୍କ ନିର୍ଦେଶ କ୍ରମେ ଟ୍ରଷ୍ଟର ସଂଯୋଜକ ପ୍ରଦୀପ କୁମାର ମହାନ୍ତି କେନ୍ଦ୍ରାପଡା ବ୍ଲକର କପାଳେଶ୍ୱର ପଞ୍ଚାୟତର ଆଳିଜଙ୍ଗା ଗ୍ରାମର କିଡନୀ ରୋଗରେ ପିଡିତ ମନୋଜ କୁମାର ଦାସଙ୍କୁ ତାଙ୍କ ଘରେ ଭେଟି ୫ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି । ସହାୟତା ପ୍ରଦାନ ସମୟରେ ଟ୍ରଷ୍ଟର ସଦସ୍ୟ ଚିତ୍ତରଞ୍ଜନ ଦାସ ଓ ଲକ୍ଷ୍ମୀକାନ୍ତ ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ