ବାଣପୁର ଗ୍ୟାସ ସିଲିଣ୍ଡର ଦୁର୍ଘଟଣା : ମୃତକଙ୍କ ପାଇଁ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା

ଭୁବନେଶ୍ୱର, (ୱାଇଏନ୍‌ଏସ୍‌): ଗତକାଲି ବାଣପୁର ର ଗମ୍ଭାରୀ ମୁଣ୍ଡା ଗାଁରେ ଗ୍ୟାସ ସିଲିଣ୍ଡର ଦୁର୍ଘଟଣା ରେ ଗୁରୁତର ଆହତ ଜଣେ ବ୍ୟକ୍ତି ଙ୍କର ପରଲୋକ ଖବର ପାଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।ଏତଦବ୍ୟତୀତ ଏହି ଦୁର୍ଘଟଣା ରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ୍ୱ୍ୟକ୍ତି ମାନଙ୍କୁ ଉତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏବଂ ସୋମାନଙ୍କ ର ଆଶୁ ଆରୋଗ୍ୟ କାମନା କରିଛନ୍ତି । ସୂଚନାଯୋଗ୍ୟ ଗତକାଲି ଘଟିଥିବା ଏହି ଦୁର୍ଘଟଣା ରେ ଗୋଟିଏ ପରିବାରର ସାତଜଣଙ୍କ ସମେତ ଦଶ ଜଣ ଆହତ ହୋଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ