ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ

ବାରିପଦା,(ମୁରାରୀ ମୋହନ ମହାପାତ୍ର): ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ମୟୂରଭଞ୍ଜ ଜ଼ିଲ୍ଲା ସଦରମହକୁମା ବାରିପଦା ଠାରେ ଜିଲ୍ଲାପାଳ ହେମକାନ୍ତ ସୟ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଟୁପଲ୍ଲୀ, ସୋମବାର ଦିନ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜନଶୁଣାଣୀ ବୈଠକରେ ଯୋଗଦାନ କରି ବାରିପଦା ଉପଖଣ୍ଡର ୧୦ଟି ବ୍ଲକ ଏବଂ ସଦରମହକୁମାର ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣି କରିଛନ୍ତି। ଜନଶୁଣାଣୀ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ରଜନୀକାନ୍ତ ସ୍ୱାଇଁ, ଅତିରିକ୍ତ ଜିଲ୍ଲାପାଳ ନେତ୍ରାନନ୍ଦ ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ ଦୌଲତ ଚନ୍ଦ୍ରକାର, ବାରିପଦା ଉପଜିଲ୍ଲାପାଳ ଈଶ୍ବର ଚନ୍ଦ୍ର ନାୟକଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ହୋଇଥିଲା I ଶିବିରରେ ଅତିରକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକ୍ଷକ, ଡାଃ ବିଜୟ କୁମାର ଦାସ ଯୋଗଦେବା ସହ ଉପଖଣ୍ଡର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାରଙ୍କ ସମେତ ଉପଖଣ୍ଡ ଓ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହି ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ I ଆଜିର ଶୁଣାଣିରେ ବାରିପଦା ଉପଖଣ୍ଡ ଅନ୍ତର୍ଗତ ଚାରୋଟି ବ୍ଲକର ସର୍ବମୋଟ ୧୮୬ଟି ଅଭିଯୋଗ ଶୁଣାଣି ହୋଇଥିଲା । ସମସ୍ତ ଅଭିଯୋଗ ମାନଙ୍କ ମଧ୍ୟରେ ମୁଖ୍ୟତଃ ଉପଖଣ୍ଡର ବିଭିନ୍ନ ସ୍ଥାନରେ ଜଳ ଯୋଗାଣ, ଜମି ସୀମାଙ୍କନ, ଜଙ୍ଗଲ ଜମି ପଟ୍ଟା ଆବଣ୍ଟନ ସ୍ୱାସ୍ଥ୍ୟଗତ ଏବଂ ଚିକିତ୍ସା ଜନିତ ଆବଶ୍ୟକ ସୁବିଧା ଗମନାଗମନ, ଭିନ୍ନକ୍ଷମଙ୍କ ସାମାଜିକ ସୁରକ୍ଷା, ବାସଗୃହ ଜନିତ ସମସ୍ୟା ଗୁଡ଼ିକ ସର୍ବାଧିକ ଥିଲା। ଉକ୍ତ ଅଭିଯୋଗ ମଧ୍ୟରୁ ୧୬୮ଟି ବ୍ୟକ୍ତିଗତ ସମସ୍ୟା ଥିବାବେଳେ, ୧୮ ଗୋଟି ସାମୁହିକ ସମସ୍ୟା ସମ୍ବଳିତ ବିଷୟରେ ଆଧାରିତ ଥିଲା I ସେଥିମଧ୍ୟରୁ ୩ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିବା ବେଳେ, ସର୍ବମୋଟ ୫ ଜଣଙ୍କୁ ଚିକିତ୍ସା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୫,୦୦୦ ଟଙ୍କା ପ୍ରଦାନ କରାଯାଇଥିଲା। ତତ୍ସହିତ ରେଡ଼କ୍ରସ ପାଣ୍ଠିରୁ ଜଣଙ୍କୁ ୫,୦୦୦ ଟଙ୍କା ଅର୍ଥରାଶି ମଂଜୁର କରା ଯାଇଥିଲା I ଆଜିର ଶୁଣାଣୀରେ ବିଭିନ୍ନ ବିଭାଗ ପାଇଁ ଆସିଥିବା ଅଭିଯୋଗ ଗୁଡିକ ମଧ୍ୟରେ ସରକାରଙ୍କର ବିଭିନ୍ନ ଯୋଜନା ଅନୁଯାୟୀ ଆବାସ ସହାୟତା, ଜଳ ନିଷ୍କାସନ ବ୍ୟବସ୍ଥା ଆଦି ଅଭିଯୋଗ ଗୁଡିକ ଉପରେ ବିଚାର କରି ତାର ସମାଧାନ ନିମନ୍ତେ ବିଭିନ୍ନ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ I ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ଓ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅନ୍ୟାନ୍ୟ କର୍ମଚାରୀ ପ୍ରମୁଖ ସହଯୋଗ କରିଥିବାର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅବିନାଶ ପାଣିଙ୍କ ଠାରୁ ପ୍ରକାଶ I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ