ବାର୍ଷିକ ଉତ୍ସବ ଓ ପୋଷାକ ବଣ୍ଟନ ମେଳା
ବୁଗୁଡା , (ଯୁଗାବ୍ଦ ନ୍ୟୁଜ) : ବୁଗୁଡା ବ୍ଲକର ବାଲିପଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୋମବାର ଦିନ ବାର୍ଷିକ ଉତ୍ସବ ଓ ପୋଷାକ ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି। ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ୟ୍ୟକ୍ରମକୁ ଉଦଘାଟନ କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ତେଜସ୍ୱିନୀ ଦାଶ ଅଧ୍ୟକ୍ଷତା କରିଥିବା ବେଳେ ବୁଗୁଡା ତହସିଲଦାର ସଂଗ୍ରାମ କେଶରୀ ଜେନା,ବୁଗୁଡା ବିଡ଼ିଓ ତନ୍ମୟ ପାତ୍ର, ବିଇଓ ରସାନନ୍ଦ କର,ଏବିଇଓ ପ୍ରମୋଦ ଚନ୍ଦ୍ର ସେନାପତି,ସରପଞ୍ଚ ପୂର୍ଣଚନ୍ଦ୍ର ଜେନା,ଏସଏମସି ସଭାପତି ରଙ୍କନିଧି ପୋଲାଇ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରିବା ସହ ସମସ୍ତଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିଲେ। ଏହି ଅବସରରେ ବିଧାୟକ ଶ୍ରୀକାନ୍ତ ସାହୁ ବିଦ୍ୟାଳୟର ଏକ କୋଠାକୁ ଉଦଘାଟନ କରିଥିଲେ।ଶେଷରେ ଛାତ୍ର ଛାତ୍ରୀ ମାନେ ସାଂସ୍କୃତିକ କାର୍ୟ୍ୟକ୍ରମ ପରିବେଷଣ କରିଥିଲେ।