ବାର୍ଷିକ ପୁରସ୍କାର ବିତରଣ ଉତ୍ସବ

ହିଞ୍ଜିଳିକାଟୁ, (ଶେଷଦେବ ସାହୁ):ହିଞ୍ଜିଳିକାଟୁ ପୌରାଞ୍ଚଳ ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଶନିବାର ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା କମିଟି ସଭାପତି ବିଭୁପ୍ରସାଦ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ପରିଷଦ ପ୍ରତିନିଧି ଶରତ ଚନ୍ଦ୍ର ମହାପାତ୍ର ଯୋଗଦେଇ ଆନୁଷ୍ଠାନିକ ଭାବେ ଶୁଭ ଉଦଘାଟନ କରିଥିଲେ । ରାଜ୍ୟ ସରକାର ସଦା ସର୍ବଦା ଶିକ୍ଷାକୁ ଗୁରୁତ୍ୱ ଦେଇ ଆସୁଛନ୍ତି ଏବଂ ଶିକ୍ଷାର ମାନ ବୃଦ୍ଧି ସକାଶେ ରାଜ୍ୟ ସରକାରଙ୍କ ଉଦ୍ୟମ ପ୍ରଶଂସନୀୟ ବୋଲି ମତବ୍ୟକ୍ତ କରିଥିଲେ । ସମ୍ମାନିତ ଅତିଥି ଭାବେ ପୌରାଧ୍ୟକ୍ଷ ସୁବାଷ ଚନ୍ଦ୍ର ପୋଲେଇ, ଉପାଧ୍ୟକ୍ଷା ସୁଚିତ୍ରା ପଣ୍ଡା, ଗୋଷ୍ଠୀ ଶିକ୍ଷାଧିକାରୀ ଏସ. ଗିରିଧର ଏବଂ ମୁଖ୍ୟ ବକ୍ତା ଭାବେ ଗ୍ରୀଟ୍ ଅଧ୍ୟକ୍ଷ ପବିତ୍ର ମୋହନ ପାଣିଗ୍ରାହୀ ମଞ୍ଚାସିନ ଥିଲେ । ଏହି ଅବସରରେ ୯ମ ଓ ୧୦ମ ଶ୍ରେଣୀ ଶିକ୍ଷାର୍ଥୀଙ୍କ ପକ୍ଷରୁ ବାର୍ଷିକ ଆୟୋଜିତ ବିଭିନ୍ନ ପ୍ରଦର୍ଶନୀ ଉପରେ ଆଲୋକପାତ କରାଯାଇଥିଲା । ବିଦ୍ୟାଳୟସ୍ତରରେ ରହିଥିବା ସାହିତ୍ୟ ସୃଜନୀ, ଜିଜ୍ଞାସା, କୌଶଳୀ, କ୍ରୀଡାଙ୍ଗନ, ଗଣିତ କ୍ଳବ, ବିଜ୍ଞାନ କ୍ଳବ ଓ ଇକୋ କ୍ଳବର ବିଭିନ୍ନ ପ୍ରଦର୍ଶନରେ କୃତିତ୍ୱ ଅର୍ଜନ କରିଥିବା ଶିକ୍ଷାର୍ଥୀଙ୍କୁ ପୁରସ୍କୃତ କରାଯାଇଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶାନ୍ତିଲତା ମୁନି ସ୍ୱାଗତ ଭାଷଣ ସହ ଅତିଥି ପରିଚୟ ପ୍ରଦାନ ଓ ବାର୍ଷିକ ବିବରଣୀ ପାଠ କରିଥିଲେ । ଆୟୋଜିତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟି କର୍ମକର୍ତ୍ତା, ବହୁ ଅଭିଭାବକ, ଶିକ୍ଷକ, ଶିକ୍ଷୟତ୍ରୀ ଓ ଶିକ୍ଷାର୍ଥୀ ମାନେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ