ବାଲିଗୁଡାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ କଳା ଉତ୍ସବ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତବ୍ଲକ୍ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ କଳା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଉଦଘାଟନ ଉତ୍ସବରେ ବାଲିଗୁଡ଼ା ଗୋଷ୍ଠୀ ଶିକ୍ଷା ଅଧିକାରୀ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଅମୂଲ୍ୟ କୁମାର ନାୟକ, ଅବସରପ୍ରାପ୍ତ ଶିକ୍ଷକ ପ୍ରହଲ୍ଲାଦ ପ୍ରସାଦ ଲେଙ୍କା, ଅଶୋକ କୁମାର ପାତ୍ର, ସୁବାସ ଚନ୍ଦ୍ର ପାଢ଼ୀ,କାଳି ଚରଣ ମହାପାତ୍ର, ଶୁକେସିନୀ ଦିଗାଲ ବିଦ୍ୟାଳୟ ର ସଭାପତି, ପ୍ରଧାନ ଶିକ୍ଷକ ଶିଶିର କାନ୍ତ ଦାସ ପ୍ରମୁଖ ଯୋଗଦାନ କରିଥିଲେ। ବରିଷ୍ଠ ଓ କନିଷ୍ଠ ବିଭାଗ ର ବିଭିନ୍ନ ପ୍ରତିଯୋଗିତାରେ ମୋଟ ୧୫୪ ଜଣ ପ୍ରତିଯୋଗୀ ଭାଗ ନେଇ ନିଜ ନିଜର କୃତିତ୍ୱ ପ୍ରତିପାଦନ କରିଥିଲେ। ବରିଷ୍ଠ ତଥା ଅବସରପ୍ରାପ୍ତ ଶିକ୍ଷକ ଶିକ୍ଷୟିତ୍ରୀ ବିଚାରକ ମାନେ କୃତି ପ୍ରତିଯୋଗୀଙ୍କୁ ନିର୍ବାଚିତ କରିଥିଲେ। ଉଦଯାପନୀ ଉତ୍ସବରେ ଅତିଥି ମାନେ କୃତି ପ୍ରତିଯୋଗୀଙ୍କୁ ମାନପତ୍ର ଓ ପୁରସ୍କାର ବିତରଣ କରିଥିଲେ। ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଅମୂଲ୍ୟ କୁମାର ନାୟକ ଅତିଥି ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l ଶେଷରେ ସଭାପତି ତଥା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିଶିର କାନ୍ତ ଦାସ ପ୍ରଥମ ସ୍ଥାନ ହାସଲ କରିଥିବା ପ୍ରତିଯୋଗୀ ମାନେ ଆଗାମୀ ଦିନରେ ବ୍ଲକ୍ ସ୍ତରରେ ଅନୁଷ୍ଠିତ ହେବାକୁ ଥିବା ବ୍ଲକ୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିପାରିବେ ବୋଲି ପ୍ରକାଶ କରିଥିଲେ l

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ