ବାଲିଗୁଡାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଆୟୋଜିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ନୂଆସାହି ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ (କେଜିବିଭି) ରେ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୩ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଗୌରୀ ଶଙ୍କର ପାଢ଼ୀଙ୍କ ତତ୍ବାବଧାନରେ ଅନୁଷ୍ଠିତ ହୋଇଯାଇଛି। ଉଦଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବଳରାମ ବେହେରା ଯୋଗ ଦେଇଥିବା ବେଳେ ଵିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ରେଣୁକା ବତୀ ସାହାଣୀ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ରହି ଦୀପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିବା ପରେ ବିଦ୍ୟାଳୟର ଛାତ୍ରଛାତ୍ରୀ ଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ପରିଵେଷଣ ହୋଇଥିଲା।ଏଥିରେ ୯ ଟି ଵିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହିତ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ରହି ବିଭିନ୍ନ ବିଭାଗ ସ୍ତରୀୟ ପ୍ରବନ୍ଧ, ଚିତ୍ରାଙ୍କନ, ବକୃତା, କୁଟପ୍ରଶ୍ନ, ନୃତ୍ୟ ସଙ୍ଗୀତ ଓ ମିଲେଟ ମିଶନ ଭଳି ବିଭିନ୍ନ ପ୍ରତିଯୋଗିତା ମାନ ଆୟୋଜନ କରାଯାଇଥିଲା l ଅପରାହ୍ନରେ ଆୟୋଜିତ ଉଦଯାପନୀ ଉତ୍ସବରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବଂଶୀଧର ସାହୁ ଯୋଗ ଦେଇଥିଲେ l ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର ବିଚାରକ ଭାବେ ରାଜ କିଶୋର ସାହୁ, ପ୍ରହ୍ଲାଦ ପ୍ରସାଦ ଲେଙ୍କା, ବଂଶୀଧର ପଣ୍ଡା, ରଶ୍ମି ରଞ୍ଜନ ମହାରଣା ଓ କାଳୀ ଚରଣ ମହାପାତ୍ର ଉପସ୍ଥିତ ରହି ଦାୟିତ୍ୱ ନିର୍ବାହ କରିଥିଲେ l ଆୟୋଜିତ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯିବା ସହ ବିଭିନ୍ନ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିବେ ବୋଲି ସୂଚନା ପ୍ରଦାନ କରିଥିଲେ l ଏଥିରେ ଦୟାନିଧି ମହାରଣା ,ପବିତ୍ର ମୋହନ ପାଢ଼ୀ ଓ ତପନ ଦିଗାଲ ମଞ୍ଚ ପରିଚାଳନା କରିଥିବା ବେଳେ ଚନ୍ଦ୍ରଭାନୁ ଭୋଇ ସହଯୋଗ କରିଥିଲେ l ରଞ୍ଜିତ କୁମାର ପଣ୍ଡା, ସୁନୀଳ ନାୟକ ଓ ଶୁକଦେବ ନାୟକ ଙ୍କ ସମେତ ସମସ୍ତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ। ଶେଷରେ ଶ୍ରୀ ପାଢ଼ୀ ଧନ୍ୟବାଦ ଅର୍ପଣ କରିଥିଲେ l

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ