ବାଲିଗୁଡାରେ ଗଣେଷ ପୂଜା ପାଳିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ସିଦ୍ଧି ପ୍ରଦାୟକ ଶ୍ରୀ ଶ୍ରୀ ଶ୍ରୀ ଗଜାନନଙ୍କ ପୂଜନୋତ୍ସବ ଯଥା ରୀତିନୀତି ଅନୁସାରେ ପାଳିତ ହୋଇ ଯାଇଛି l ଏହି ଅବସରରେ ଟାଉନର ସମସ୍ତ ଶିକ୍ଷାନୁଷ୍ଠାନ, ସ୍ବେଛାସେବୀ ଅନୁଷ୍ଠାନ, ସାଂସ୍କୃତିକ ଅନୁଷ୍ଠାନ ଗୁଡିକରେ ପୂଜାର୍ଚ୍ଚନା, ପୁଷ୍ପାଞ୍ଜଳି ଓ ପ୍ରସାଦ ସେବନ ସହ ନୂତନ ଛାତ୍ର ଛାତ୍ରୀ ମାନଙ୍କର ଖଡ଼ି ଛୁଆଁ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା l ଟାଉନର ଫ୍ରେଣ୍ଡସ ଗ୍ରୁପ, ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ଶିକ୍ଷା ନିକେତନ ଓ ମିଡ଼ିଆକିଆ ର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ରେ ପୂଜା ଓ ସାଜସଜ୍ଜା ତଥା ଆଲୋକ ତୋରଣ ମନଲୋଭା ସହ ଆକର୍ଷଣୀୟ ହୋଇ ପାରିଥିଲା l କରୋନା ଲାଗି ଗତ ବର୍ଷମାନଙ୍କରେ ବିଦ୍ୟାଳୟରେ ପୂଜା ନିରାଡ଼ମ୍ବର ଭାବେ ଛାତ୍ରଛାତ୍ରୀଙ୍କ ଅନୁପସ୍ଥିତରେ ପାଳିତ ହେଉଥିବା ବେଳେ ଚଳିତ ବର୍ଷ ଛାତ୍ରଛାତ୍ରୀଙ୍କର ଉପସ୍ଥିତ ବିଦ୍ୟାଳୟକୁ ପରିପୂର୍ଣ୍ଣ ଆନନ୍ଦ ପ୍ରଦାନ କରିଛି l ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଓ ଉଦ୍ଦୀପନା ଦେଖାଦେଇଛି l ଏହି ପୁଜା ଉତ୍ସବରେ ମିଡିଆକିଆ ପଞ୍ଚାୟତର ସରପଞ୍ଚ ଅଶୋକ ମଲିକ ଉପସ୍ଥିତ ରହିବା ସହିତ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ସଦସ୍ୟାଗଣ, ମହାମାୟୀ ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟଗଣ, ସ୍ଥାନୀୟ ନଦିୟା ସଂକୀର୍ତନ ମଣ୍ଡଳୀ ଉପସ୍ଥିତ ରହି ପୂଜାର ଆନନ୍ଦକୁ ଅଧିକ ବୃଦ୍ଧି କରିଛନ୍ତି l ବିଦ୍ୟାଳୟର ସମସ୍ତ ଶିକ୍ଷକଶିକ୍ଷୟିତ୍ରୀଙ୍କ ସମ୍ପୂର୍ଣ୍ଣ ସହଯୋଗରେ ପୂଜାକାର୍ଯ୍ୟ ସଫଳ ହୋଇଥିବାରୁ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ବିଜୟଲଷ୍ମୀ ପଟ୍ଟନାୟକ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି l

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ