ବାଲିଗୁଡାରେ ସୁରେନ୍ଦ୍ର ସାଏ ଓ ନେତାଜୀ ଜୟନ୍ତୀ ପାଳିତ 

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ଦେଶଭକ୍ତ, ମୁକ୍ତି ସଂଗ୍ରାମର ଅବିସ୍ମରଣୀୟ ଯୋଦ୍ଧା ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଙ୍କ ୧୨୫ ତମ  ଜୟନ୍ତୀ ପାଳନ ହୋଇଯାଇଛି । ଏହି ଅବସରରେ ବାଲିଗୁଡା ଉପଖଣ୍ଡର ପ୍ରତ୍ୟେକ ବିଦ୍ୟାଳୟ ଓ ମହାବିଦ୍ୟାଳୟ ପରିସରରେ  କରୋନା ଯୋଗୁଁ ଛାତ୍ରଛାତ୍ରୀଙ୍କୁ ବାଦ୍ ଦେଇ ଶିକ୍ଷକ ଶିକ୍ଷୟିତ୍ରୀ ତଥା ଅଧ୍ୟାପକ ଅଧ୍ୟାପିକା  ମାନଙ୍କ ଦ୍ୱାରା ଆଜି ଏହି ଦୁଇ ମହାନ ଯୋଦ୍ଧା ତଥା ସଂଗ୍ରାମୀ ମାନଙ୍କ ଫଟୋ ଚିତ୍ରରେ ଦ୍ବୀପ ପ୍ରଜ୍ବଳନ ପୂର୍ବକ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।ଟାଉନର ସରକାରୀ ଉଚ୍ଚ ବାଳକ ବିଦ୍ୟାଳୟ, ଆଦିବାସୀ ମହାବିଦ୍ୟାଳୟ ସମେତ ସମସ୍ତ ବିଦ୍ୟାଳୟରେ ଏହି ଜୟନ୍ତୀ ପାଳିତ ହୋଇଯାଇଛି । ଏହା ବ୍ୟତୀତ ସମସ୍ତ ସ୍କୁଲ୍ ମାନଙ୍କରେ ସଫାସୁତୁରା କରିବା ସହ ସାନିଟାଇଜ ମଧ୍ୟ କରାଯାଇଥିଲା ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ