ବାଲିଗୁଡା ଏନଏସି ପକ୍ଷରୁ ବଡ଼ାଖାନା କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନଏସିରେ “ସ୍ୱଚ୍ଛ ଓଡ଼ିଶା ସୁସ୍ଥ ଓଡ଼ିଶା” ପକ୍ଷରୁ ବଡ଼ାଖାନା କାର୍ଯ୍ୟକ୍ରମ ଆୟୋଜନ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ ସ୍ଥାନୀୟ କଲ୍ୟାଣୀ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଥିଲା।ଏଥିରେ ମୁଖ୍ୟ ଅତିଥି ଭାବେ ବାଲିଗୁଡ଼ା ଏନଏସି ଅଧ୍ୟକ୍ଷ ଲୋକନାଥ ପାଢ଼ୀ, ବାଲିଗୁଡ଼ା ବିଧାୟକ ପ୍ରତିନିଧି ଅବନୀ କାନ୍ତ ନାୟକ, ବାଲିଗୁଡ଼ା ଉପଜିଲ୍ଲାପାଳ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼. ଶୁଭଙ୍କର ମହାପାତ୍ର, ପ୍ରମୁଖ ଯୋଗଦେଇଥିଲେ । କାର୍ଯ୍ୟକ୍ରମରେ ବାଲିଗୁଡ଼ା ଏନଏଏସି ର ସ୍ୱଛତା ଉପରେ ଅଭିଭାଷଣ ଦିଆଯାଇଥିଲା । ଏଥିରେ କାର୍ଯ୍ୟାଳୟର କିରାଣୀ, ସମସ୍ତ କାଉନସିଲର, ମ୍ୟୁନିସିପାଲ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ସ୍ୱଛତା ଅଧିକାରୀ ରାଜକିଶୋର ସାହୁ ଓ ସମସ୍ତ ସଫେଇ କର୍ମଚାରୀ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ