ବାଲିଗୁଡା ରେ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) :-କନ୍ଧମାଳ ଜିଲ୍ଲା  ବାଲିଗୁଡା ଉପଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଚଳିତ ବର୍ଷ ର  ରଥଯାତ୍ରା କିଭଳି ଶାନ୍ତି ଓ ଶୃଙ୍ଖଳାର ସହିତ କରାଯିବ ସେ ନେଇ ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବାଲିଗୁଡା ଆଇଟିଡିଏ ପ୍ରକଳ୍ପ ଅଧିକାରୀ ମଧୁସୂଦନ ବେହେରାଙ୍କ ଅଧ୍ୟକ୍ଷତା ରେ ଆୟୋଜିତ ଏହି ବୈଠକରେ  ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରାଯାଇଥିଲା | ବାଲିଗୁଡା ଏସ୍‌ଡିପିଓ ଜି ଆର ରାଘବେନ୍ଦ୍ର, ବାଲିଗୁଡା ଏନଏସି ଅଧ୍ୟଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ, ବାଲିଗୁଡା ତହସିଲଦାର ଶଶାଙ୍କ ଶେଖର ପାତ୍ର, ବିଡିଓ ଜଗଦୀଶ ଷଡ଼ଙ୍ଗୀ, ଥାନା ଭାରପ୍ରାପ୍ତ ଅଧିକାରୀ ବାବା ଶଙ୍କର ସରାଫ, ପୂର୍ବତନ ଏନଏସି ଅଧ୍ୟକ୍ଷ ଲୋକ ନାଥ ପାଢ଼ୀ, ବିଧାୟକ ପ୍ରତିନିଧି ଅବନୀକାନ୍ତ ନାୟକ, ଜଗନ୍ନାଥ ମଦିର ସଭାପତି ଟି ଶ୍ରୀନିବାସ ରାଓ, ବିଭିନ୍ନ ସରକାରୀ ଅଧିକାରୀ, କାଉନସିଲର, ବୁଦ୍ଧିଜୀବୀ ଙ୍କ  ସମେତ ବହୁ ନେତୃ ସ୍ଥାନୀୟ ବ୍ୟକ୍ତି ଏହି ବୈଠକରେ ଯୋଗ ଦେଇ ନିଜ ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ |ଚଳିତ ବର୍ଷ ରଥଯାତ୍ରା ଶାନ୍ତି ଶୃଙ୍ଖଳାର ସହିତ କିପରି ଅନୁଷ୍ଟିତ ହେବ ସେ ନେଇ ଆଲୋଚନା କରାଯାଇଥିଲା | ଵାଲିଗୁଡା ଭାରପ୍ରାପ୍ତ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ମାନସ କୁମାର ମଲ୍ଲିକ ପରିଚାଳନା କରିଥିଲେ |
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ