ବାଲିପଦରରେ କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୩

ବୁଗୁଡା, (ଅନିଲ କୁମାର ମହାରଣା):ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ପ୍ରକାରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଲୁକାୟିତ ରହିଥିବା ପ୍ରତିଭା ବିକାଶ ପାଇଁ ବାଲିପଦର କ୍ଲଷ୍ଟର ସ୍ତରୀୟ କାର୍ଯ୍ୟକ୍ରମ “ସୁରଭି”, ବୁଗୁଡା ବ୍ଳକ ଅନ୍ତର୍ଗତ ବାଲିପଦର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସି.ଆର.ସି.ସି. ବିଶ୍ବଜିତ୍ ପରିଡ଼ାଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ସୁରଭି ୨୦୨୩ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ତେଜସ୍ବିନୀ ଦାସ ଅଧ୍ୟକ୍ଷତା କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ବୁଗୁଡା ବ୍ଳକ୍ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ, ମୁଖ୍ୟବକ୍ତା ଭାବେ ବାଲିପଦର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟ ଅଧ୍ଯକ୍ଷ ଡକ୍ଟର ବି.ପ୍ରକାଶ ଚନ୍ଦ୍ର ପାତ୍ର ଓ ସମ୍ମାନିତ ଅତିଥି ଭାବେ କେ.ନୀଳମାଧବ ଆଚାରୀ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ପ୍ରକାର ପ୍ରତିଭାବାନ ବ୍ୟକ୍ତି ବିଶେଷଙ୍କ ବିଷୟରେ ଆଲୋକପାତ କରିଥିଲେ। ବାଲିପଦର କ୍ଳଷ୍ଟରର ସମସ୍ତ ପ୍ରାଥମିକ ବିଦ୍ୟାଳୟ ,ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନେ ଏହି ସୁରଭି ମହୋତ୍ସବର ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ। ଛାତ୍ରଛାତ୍ରୀଙ୍କ ମଧ୍ୟରେ ଚିତ୍ରାଙ୍କନ , ସୁନ୍ଦର ହସ୍ତାକ୍ଷର, ସର୍ଜନାତ୍ମକ ରଚନା, ବକୃତା, ସଂଗୀତ, ଏକାଙ୍କିକା, ଫେନସି୍ ପ୍ରଭୁତି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ପ୍ରତିଯୋଗିତାରେ ସଫଳତା ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନେ ପ୍ରମାଣ ପତ୍ର ଓ ପୁରସ୍କାର ପ୍ରଦାନ କରି ସମ୍ମାନିତ କରିଥିଲେ। ରାଜେନ୍ଦ୍ର କୁମାର ପାତ୍ର,କମଳ ଲୋଚନ ପାଣିଗ୍ରାହୀ, କାଳିଆ ପାଣିଗ୍ରାହୀଙ୍କ ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ