ବାଲିପଦରରେ ବୁଗୁଡା ବ୍ଲକ ସ୍ତରୀୟ ସ୍ୱାସ୍ଥ୍ୟ ମେଳା

ବୁଗୁଡ଼ା, (ଅନିଲ କୁମାର ମହାରଣା) :-ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଅନ୍ତର୍ଗତ ବାଲିପଦର ମେଡିକାଲ ପରିସରରେ ବ୍ଲକ ସ୍ତରୀୟ ସ୍ୱାସ୍ଥ୍ୟ ମେଳା ଏପ୍ରିଲ ୩୦ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି । ପୋଲସରା ନିର୍ବାଚନ ମଣ୍ଡଳୀ ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ସ୍ୱାସ୍ଥ୍ୟ ମେଳାକୁ ଉଦଘାଟନ କରିଥିଲେ। ବୁଗୁଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ବିପିଏମ ବିଶ୍ଵଜିତ ପ୍ରଧାନଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ସ୍ୱାସ୍ଥ୍ୟ ମେଳାର ଉଦଘାଟନୀ କାର୍ଯ୍ୟକ୍ରମରେ ବିଧାୟକ ଶ୍ରୀ ସାହୁଙ୍କ ସମେତ ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶନୀ ଆଚାରୀ, ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ, ପୂର୍ବତନ ଉପାଧ୍ୟକ୍ଷ ଟୁକୁନା ସ୍ୱାଇଁ, ମାଣିତରା ମେଡିକାଲ ଡାକ୍ତର ଦୁର୍ଗା ପ୍ରସାଦ ବିଶ୍ୱାଳ, ବାଲିପଦର ଓଆଇସି ପୂର୍ଣ୍ଣ ଚନ୍ଦ୍ର ପ୍ରଧାନ, ବାଲିପଦର ସରପଞ୍ଚ ରାଜଲକ୍ଷ୍ମୀ ପ୍ରଧାନ, ସମାଜସେବୀ କେ.ନୀଳମାଧବ ଆଚାରୀ ପ୍ରମୁଖ ମଞ୍ଚାସୀନ ଥିଲେ। ମୁଖ୍ୟ ଅତିଥି ବିଧାୟକ ଶ୍ରୀ ସାହୁ ସରକାରଙ୍କ ଦ୍ଵାରା ଜନସାଧାରଣଙ୍କ ସ୍ୱାସ୍ଥ୍ୟ ପାଇଁ ଗ୍ରହଣ କରାଯାଇଥିବା ବିଭିନ୍ନ ସୁବିଧା ବିଷୟ ପ୍ରକାଶ କରିବା ସହ ତାହାର ସୁଯୋଗ ନେବାକୁ ପରାମର୍ଶ ଦେଇଥିଲେ । ଏହି ବ୍ଲକ ସ୍ତରୀୟ ସ୍ୱାସ୍ଥ୍ୟ ମେଳାରେ ବୁଗୁଡା ମେଡିକାଲର ଡାକ୍ତର ସାର୍ଥକ ସଙ୍କେତ ବିଶ୍ୱାଳ ଓ ଡାକ୍ତର ମନୋରଞ୍ଜନ ନାୟକ, ମାଣିତରା ମେଡିକାଲର ଡାକ୍ତର ଶ୍ରୀ ବିଶ୍ବାଳ, ବାଲିପଦର ମେଡିକାଲର ଡାକ୍ତର ଅଂଶୁ ଦାଶ, ଏବଂ କରଚୁଲି ମେଡିକାଲର ଡାକ୍ତର ଜଗଦୀଶ ମିଶ୍ର ପ୍ରମୁଖ ଯୋଗଦେଇ ୪୩୧ ଜଣ ରୋଗୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହ ମାଗଣା ଔଷଧ ପ୍ରଦାନ କରାଯାଇଥିଲା। ବାଲିପଦର ମେଡିକାଲ କର୍ମଚାରୀ ବୃନ୍ଦ ପରିଚାଳନାରେ ସହଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ