ବାଲିପଦର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ “ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ” ଉଦଘାଟିତ
ବୁଗୁଡା, (ଅନିଲ କୁମାର ମହାରଣା):ଓଡିଶା ସରକାରଙ୍କ କ୍ରୀଡା ଓ ଯୁବସେବା ବିଭାଗ ପକ୍ଷରୁ କ୍ରୀଡା, ସଂସ୍କୃତି ଓ ସାମାଜିକ କ୍ଷେତ୍ରରେ ଯୁବ ବର୍ଗ ଅଂଶଗ୍ରହଣକୁ ଉତ୍ସାହିତ କରିବାକୁ ଯୁବ ଓଡିଶା ନବୀନ ଓଡ଼ିଶା, “ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମ” ଯୋଜନା ଆରମ୍ଭ କରିଛନ୍ତି। ଓଡ଼ିଶା ସରକାରଙ୍କ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ନିୟନ୍ତ୍ରଣରେ ଥିବା ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏହି ଯୋଜନା ଅନ୍ତର୍ଭୁକ୍ତ କରାଯାଇ କ୍ରୀଡା ଓ ଯୁବସେବା ବିଭାଗ ପକ୍ଷରୁ ମାଗଦର୍ଶିକା ଓ ପାଣ୍ଠି ଯୋଗାଇ ଦିଆଯାଇଛି। ଗଞ୍ଜାମ ଜିଲ୍ଲା ବାଲିପଦର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ “ସମ୍ୱନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ”ର ଶୁଭାରମ୍ଭ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶନୀ ଆଚାରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। କାର୍ଯ୍ୟକ୍ରମରେ ପ୍ରିନ୍ସପାଲ କୈଳାଶ ଚନ୍ଦ୍ର ସେନାପତି ଅଧ୍ୟକ୍ଷତା କରିଥିବା ବେଳେ ବାଲିପଦର ସରପଞ୍ଚ ରାଜଲକ୍ଷ୍ମୀ ପ୍ରଧାନ, କଳମ୍ବ ସମିତି ସଭ୍ୟ ସୁଶାନ୍ତ କୁମାର ସେଠୀ ଓ ବାଲିପଦର ଡିଗ୍ରୀ କଲେଜ ପ୍ରିନ୍ସିପାଲ ଡକ୍ଟର ବିବେକାନନ୍ଦ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। କାର୍ଯ୍ୟକ୍ରମରେ କଲେଜର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ |


