ବାଲିପଦର ମହାବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

ବୁଗୁଡା, (ଅନିଲ କୁମାର ମହାରଣା):ବୁଗୁଡା ବ୍ଳକ ଅନ୍ତର୍ଗତ ବାଲିପଦର ଆଞ୍ଚଳିକ ବିଜ୍ଞାନ ଡିଗ୍ରୀ ମହାବିଦ୍ୟାଳୟର ଏନ.ଏସ.ଏସ. ୟୁନିଟ, ମୋ କଲେଜ ଅଭିଯାନ ଓ କ୍ରୀଡ଼ା ସଂସଦ ଆନୁକୂଲ୍ୟରେ ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ମହାବିଦ୍ୟାଳୟ ପରିସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏନ.ଏସ.ଏସ. ପୋଗ୍ରାମ ଅଫିସର ମିନତୀ ଆଚାରୀଙ୍କ ତତ୍ତ୍ୱାବଧାନରେ ଛାତ୍ରଛାତ୍ରୀମାନଙ୍କ ଏକ ସଚେତନତା ରାଲି ଅନୁଷ୍ଠିତ ହୋଇଥିଲା। ଏଥିସହ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ବାଲିପଦର ପୋଲିସ ଓଆଇସି ସମୀର ରଞ୍ଜନ ବେହେରା ଯୋଗଦେଇ ମହାତ୍ମାଗାନ୍ଧୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହେବ ପାଇଁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ। ଜାତୀୟ ସେବା ସଂସ୍ଥା (ଏନ.ଏସ.ଏସ ) ମାଧ୍ୟମରେ ସମାଜ ଓ ଗୋଷ୍ଠୀ ପାଇଁ ସେବା ମାଧ୍ୟମରେ ବହୁତ ଉପକାର କରିହେବ ବୋଲି ଶ୍ରୀ ବେହେରା ପ୍ରକାଶ କରିଥିଲେ। ସମ୍ମାନିତ ଅତିଥି ଭାବେ ଅଧ୍ୟାପକ ଅମୀୟ କୁମାର ସ୍ବାଇଁ, ଅଧ୍ୟାପକ ଡଃ ଏ ଜିତେସ୍ ରାଓ ଦୋରା, କ୍ରୀଡ଼ା ଅଧ୍ୟାପକ ଭଞ୍ଜ କିଶୋର ଗୌଡ଼, ମଦୁରାଜୁ ଦୋରା, ପ୍ରଦେଶ କୁମାର ସ୍ବାଇଁ, ନାରାୟଣ ବଡୁ ପ୍ରମୁଖ ଯୋଗଦେଇ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ। ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥି ବୃନ୍ଦ ପୁରସ୍କାର ପ୍ରଦାନ କରିଥିଲେ। ଶେଷରେ ଅଧ୍ୟାପକ ପ୍ରେମାନନ୍ଦ ପ୍ରଧାନ ଧନ୍ୟବାଦ ପ୍ରଦାନ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ