ବାଲିବରେଇ, ଶାଳଣିଆ ଓ ହାବଳେଶ୍ୱର ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଚେତନତା ଶିବିର

ହାଟଡ଼ିହି, (ବିକାଶ ବିଶ୍ୱାଳ):ହାଟଡ଼ିହି ବ୍ଲକ ବାଲିବରେଇ, ଶାଳଣିଆ ଓ ହାବଳେଶ୍ୱର ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇ ଯାଇଛି। ବାଲିବରେଇ ପଞ୍ଚାୟତର ସରପଞ୍ଚଙ୍କ ପ୍ରତିନିଧି ଅଜୟ ଘଡେଇ ଓ ପିଇଓ ଜିତେନ୍ଦ୍ର ଜେନାଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଆନନ୍ଦପୁର ବିଧାୟକ ଭାଗିରଥି ସେଠୀ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ସୋମନାଥ ଦାସ, ବିଡ଼ିଓ ସୌମ୍ୟଶ୍ରୀ ପାଣିଗ୍ରାହୀ, ବ୍ଲକ ଅଧ୍ୟକ୍ଷା ସାବିତ୍ରୀ ସେଠୀ, ଉପାଧ୍ୟକ୍ଷ ରତିକାନ୍ତ ରାଉତ, ଯୁବ ସମାଜସେବି ଅଭିମନ୍ୟୁ ସେଠୀ ପ୍ରମୁଖ ଯୋଗଦେଇ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ଗୁଡିକ ସମ୍ପର୍କରେ ଆଲୋକପାତ କରିଥିଲେ। ବାଲିବରେଇ ପଞ୍ଚାୟତରେ ସରକାରଙ୍କ ଦ୍ଵାରା କାର୍ଯ୍ୟକାରୀ କରାଯାଇଥିବା ଯୋଜନା ଗୁଡିକ ଉପରେ ବିଡ଼ିଓ ସୂଚନା ଦେଇଥିଲେ। ଏହି ଅବସରରେ ଉପସ୍ଥିତ ଲୋକମାନଙ୍କୁ ସଫଳତା ପୁସ୍ତିକା ବଣ୍ଟନ କରାଯାଇଥିଲା। ଜିଆରଏସ ରଞ୍ଜନ କୁମାର ମଲ୍ଲିକ, ସବିତା ଜେନା, ପ୍ରିୟ ଦର୍ଶନୀ ରାଉତ, ତିଲୋତ୍ତମା ପଢ଼ିଆରୀ, ମନୋରମା ଜେନା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଶିକ୍ଷାବିତ ଅନ୍ତର୍ଯ୍ୟାମୀ ରାଉତ ମଞ୍ଚ ସଂଯୋଜନା କରିଥିଲେ। ଏଥିରେ ନରହରି ପାତ୍ର, ରବିନ୍ଦ୍ର ଲେଙ୍କା, ଗୟାଧର ଦେହୁରୀ, ଅଭୟ କୁମାର ଜେନା, ନିରଞ୍ଜନ ରାଉତ, ପିତାମ୍ବର ପଣ୍ଡା, ମନ୍ଦର ଧର ସାମଲ, ବୈଷ୍ଣବ ଚରଣ ପୁହାଣଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ଏସଏସଜି ଗ୍ରୁପ ର ମହିଳା ମାନେ ଉପସ୍ଥିତ ଥିଲେ।ସେହିପରି ଶାଳଣିଆ ପଞ୍ଚାୟତରେ ସରପଞ୍ଚ ସୁମିତ୍ରା ଯେନାଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଧାୟକ ଭାଗିରଥି ସେଠୀ, ବ୍ଲକ ଅଧ୍ୟକ୍ଷା ସାବିତ୍ରୀ ସେଠୀ, ଉପାଧ୍ୟକ୍ଷ ରତିକାନ୍ତ ରାଉତ, ଅଭୀମନ୍ୟୁ ସେଠୀ, ପୂର୍ବତନ ସରପଞ୍ଚ ସେବତୀ ବେହେରା, ଯୋଗେନ୍ଦ୍ର ବେହେରା ପ୍ରମୁଖ ଯୋଗଦେଇ ସରକାର ଙ୍କ ଜନକଲ୍ୟାଣ କାର୍ଯ୍ୟକ୍ରମ ସମ୍ପର୍କରେ ମତବ୍ୟକ୍ତ କରିଥିଲେ। ଏହି ଅବସରରେ ପାଲା ମାଧ୍ୟମରେ ଲୋକଙ୍କୁ ସଚେତନ କରାଯାଇଥିଲା। ସରକାର ଙ୍କ ସଫଳତା ପୁସ୍ତକ ବଣ୍ଟନ କରାଯାଇଥିଲା। ପିଇଓ ରମେଶ ମାଝୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ସେହିପରି ଡଅଁର ଠାରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଡଅଁର ପଞ୍ଚାୟତର ସରପଞ୍ଚ ଆରତୀ ଯେନାଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଡ଼ିଓ ସୌମ୍ୟଶ୍ରୀ ପାଣିଗ୍ରାହୀ ଯୋଗଦେଇ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ଗୁଡିକ ସମ୍ପର୍କରେ ଆଲୋକପାତ କରିଥିଲେ। ଡଅଁର ପଞ୍ଚାୟତରେ ସରକାରଙ୍କ ଦ୍ଵାରା କାର୍ଯ୍ୟକାରୀ କରାଯାଇଥିବା ଯୋଜନା ଗୁଡିକ ଉପରେ ବ୍ଳକ ବିଡ଼ିଓ ସମ୍ପୂର୍ଣ୍ଣ ସୂଚନା ଦେଇଥିଲେ। ଏହି ଅବସରରେ ଉପସ୍ଥିତ ଲୋକମାନଙ୍କୁ ସଫଳତା ପୁସ୍ତିକା ବଣ୍ଟନ କରାଯାଇଥିଲା। ମଣି ଚରଣ ଜେନା, ରୁଦ୍ର ନାରାୟଣ ସା, ଆନନ୍ଦ ଚନ୍ଦ୍ର ଜେନା, ସରୋଜ ରାଉତ, ଟୁକୁନ ରାଉତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ