ବାଲିଭାଗ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ

ଗାଙ୍ଗପୁର, (ସନ୍ତୋଶ ବିଷୋୟୀ ): ଆଜି ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ ବାଲିଭାଗ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଚଳିତ ବର୍ଷର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜୟ ବିଷୋୟୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବେଲଗୁଣ୍ଠା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶଶି ଭୂଷଣ ମହାପାତ୍ର ଯୋଗ ଦେଇ ଉତ୍ତମ ଶିକ୍ଷା ଏବଂ ମାନବ ସେବା ପ୍ରତ୍ଯେକ ଶିଶୁର ପ୍ରାଥମିକ କର୍ତ୍ତବ୍ୟ ହେବା ଉଚିତ୍ ବୋଲି ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ I କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ପ୍ରହଲ୍ଲାଦ ଲେଙ୍କା ଏବଂ ସମିତି ସଭ୍ୟ ଦେବେନ୍ଦ୍ର ଗୌଡ଼ ଯୋଗ ଦେଇ ବର୍ତ୍ତମାନ ସମୟରେ ଶିଶୁଙ୍କ ଉତ୍ତମ ଚରିତ୍ର ଗଠନ ଦିଗରେ ଅଭିଭାବକ ଏବଂ ଶିକ୍ଷକ ଶିକ୍ଷୟିତ୍ରୀମାନେ ଅଧିକ ଯତ୍ନବାନ୍ ହେବା ଆବଶ୍ୟକ ବୋଲି ପ୍ରକାଶ କରିଥିଲେ I ନାଟେଙ୍ଗା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୁଧୀର କୁମାର ଦାସ୍ ସମସ୍ତ କାର୍ଯ୍ୟକ୍ରମକୁ ସଂଯୋଜନା କରିବା ସହ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ଶିକ୍ଷା ପାଇଁ ଥିବା ବିଭିନ୍ନ ସରକାରୀ ସୁବିଧା ସୁଯୋଗ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ I ଆଜିର ଉତ୍ସବରେ ପ୍ରଧାନ ଶିକ୍ଷକ ଶ୍ରୀ ବିଷୋୟୀଙ୍କ ସମେତ ସହକାରୀ ଶିକ୍ଷୟିତ୍ରୀ ସୁରଜିତା ମିଶ୍ର, ଚନ୍ଦ୍ରକଳା ଲେଙ୍କା, ସ୍ୱାଗତିକା କର ଏବଂ ସୁଜାତା ମିଶ୍ର ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ I ଏହି ଅବସରରେ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀରେ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀଙ୍କୁ ଏକ ହଳ ପୋଷାକ, ଜୋତା ଏବଂ ଦୁଇ ହଳ ମୋଜା ପ୍ରଦାନ କରାଯାଇଥିଲା I କାର୍ଯ୍ୟକ୍ରମରେ ଶେଷରେ ଶିକ୍ଷୟିତ୍ରୀ ସୁରଜିତା ମିଶ୍ର ଧନ୍ୟବାଦ ଜ୍ଞାପନ କରିଥିଲେ I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ