ବାଲିଭାଗ ବିଦ୍ୟାଳୟରେ ସବୁଜ ବାହିନୀ ଗଠନ

ବେଲଗୁଣ୍ଠା, (ସନ୍ତୋଷ ବିଶୋୟୀ):ବେଲଗୁଣ୍ଠା ବ୍ଲକ୍ ନେଟଙ୍ଗା ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ବାଲିଭାଗ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସବୁଜ ବାହିନୀ ବା ଇକୋ କ୍ଲବ ଗଠିତ ହୋଇଯାଇଛି I ଏହି ଅବସରରେ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ଚନ୍ଦ୍ରମଣି ଗୌଡ଼ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସମିତି ସଭ୍ୟ ଦେବେନ୍ଦ୍ର କୁମାର ଗୌଡ଼ ଯୋଗ ଦେଇ ବୃକ୍ଷରୋପଣର ଆବଶ୍ୟକତା ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିବା ବେଳେ ସମ୍ମାନୀତ ଅତିଥି ଭାବେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୁଧୀର କୁମାର ଦାଶ ଯୋଗ ଦେଇ ଇକୋ କ୍ଲବ୍ ର ଗଠନ ଏବଂ ବିଦ୍ୟାଳୟ ଶିକ୍ଷା ସହ ଇକୋ କ୍ଲବ୍ ର ସମ୍ପର୍କ ବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ I ଏହି ଅବସରରେ ବିଦ୍ୟାଳୟ ପରିସରରେ ଏକ ଚାରା ରୋପଣ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା I ସମସ୍ତ କାର୍ଯ୍ୟକ୍ରମକୁ ପ୍ରଧାନ ଶିକ୍ଷକ ଜୟ ବିଷୋୟୀ ସଂଯୋଜନା କରିଥିବା ବେଳେ ସହକାରୀ ଶିକ୍ଷୟିତ୍ରୀ ଚନ୍ଦ୍ରକଳା ଲେଙ୍କା ଧନ୍ୟବାଦ ଅର୍ପଣ କରିଥିଲେ I ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ସୁରଜିତା ମିଶ୍ର, ସ୍ୱାଗତିକା କର ଏବଂ ପ୍ରିୟଲତା ପ୍ରଧାନଙ୍କ ସମେତ ବିଦ୍ୟାଳୟ ପରିଚାଳନା କମିଟି ସମସ୍ତ ସଦସ୍ୟ ସଦସ୍ୟା ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ