ବାଲେଶ୍ବରରୁ ଆଉ ତିନି କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର : ବାଲେଶ୍ବରରୁ ଚିହ୍ନଟ ହୋଇଛନ୍ତି ରାଜ୍ୟର ଆଉ ତିନି କରୋନା ଆକ୍ରାନ୍ତ । ଏହି ତିନି ଆକ୍ରାନ୍ତକୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫ରେ ପହଞ୍ଚିଛି । ଏହି ତିନି ଜଣକୁ ମିଶାଇ ବାଲେଶ୍ବରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୯ ରେ ପହଞ୍ଚିଛି । ତିନି ଆକ୍ରାନ୍ତ ପୁରୁଷ ହୋଇଥିବା ବେଳେ ବୟସ ୪୪, ୬୧ ଏବଂ ୬୩ ରହିଛି । ଏହି ତିନି ଆକ୍ରାନ୍ତଙ୍କର ପଶ୍ଚିମବଙ୍ଗ ଲିଙ୍କ ରହିଥିବା ଜଣାପଡିଛି । ଏହି ତିନି ବ୍ୟକ୍ତିଙ୍କ ନିକଟରେ କରୋନାର କୌଣସି ଲକ୍ଷଣ ନଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ରେ ରହିଥିଲେ ।