ବାଲେଶ୍ବର ପୌରପରିଷଦ ୧୧ନଂ ଓ ୩ନଂ ୱାର୍ଡରେ ବିଜୁ ଜନତା ଦଳର ଘରେ ଘରେ ଶଂଖ କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଲେଶ୍ୱର, (ସରୋଜ ପଣ୍ଡା):ଆଜି ବାଲେଶ୍ବର ପୌରପରିଷଦ ୧୧ନଂଓ ୩ନଂ ୱାର୍ଡରେ ଅନୁଷ୍ଠିତ ହୋଇଥିଲା ଘରେ ଘରେ ଶଂଖ କାର୍ଯ୍ୟକ୍ରମ।ଏହି ଅବସରରେ ବାଲେଶ୍ବର ବିଧାୟକ ସ୍ବରୂପ କୁମାର ଦାସ ଘରକୁ ଘର ବୁଲି ନବୀନ ପଟ୍ଟନାୟକଙ୍କ ବିଭିନ୍ନ ଜନ କଲ୍ୟାଣ ଯୋଜନା ବିଷୟରେ ସଚେତନତା କରାଇବା ସହ ଆସନ୍ତା ଜୁନ ୧ ତାରିଖରେ ଉଭୟ ସାଂସଦ ଏବଂ ବିଧାୟକ ପାର୍ଥିଙ୍କୁ ଶଂଖ ଚିହ୍ନରେ ଆଶିର୍ବାଦ ଭିକ୍ଷା କରିଥିଲେ।ଏହି ଅବସରରେ ଅନ୍ୟ ମାନଙ୍କ ମଧ୍ୟରେ ପୌରପରିଷଦ ଉପାଧ୍ୟକ୍ଷ କୈଳାସ ସେଠୀ,ପୂର୍ବତନ ଉପାଧ୍ୟକ୍ଷ ମନୋଜ ରାଉତ,ଆମ ଓଡିଶା ନବୀନ ଓଡିଶା ଜିଲ୍ଲା ସଂଯୋଜକ ରଂଜନ ବାଗ,କାଉନସିଲର ସେକ ନୌସାଦ,ବିଜୁ ଯୁବ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ଧିରେନ ନାୟକ,ବିଜୁ ମହିଳା ଜନତା ଦଳର ରାଜ୍ୟ ସମ୍ପାଦିକା ଜୟଶ୍ରୀ ବିଶ୍ବାଳ,ନାରୀ ନେତ୍ରୀ ରାଜଲକ୍ଷ୍ମୀ ଚାଟ୍ଟାଜୀ,କାଉସିଲର କାର୍ତିକ ସାହୁ,ସେକ ଆୟୁବ,ପୂର୍ବତନ କାଉସିଲର ସାକିର ଖାନ,ଅଶୋକ ଆଢ୍ୟ,ବିଧାୟକଙ୍କ ପ୍ରତିନିଧି ଅଭିଜିତ ଦାସ,ବିଜେଡି ନେତା ଜଗନ୍ନାଥ ମହାରଣା ପ୍ରମୁଖ ସାମିଲ ହୋଇ ବିଜୁ ଜନତା ଦଳ ପାଇଁ ପ୍ରଚାର କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ