ବାଲେଶ୍ୱରରେ ଜାତୀୟ ମତଦାତା ଦିବସ

ବାଲେଶ୍ୱର, (ସରୋଜ ପଣ୍ଡା):ଜିଲ୍ଲା ପ୍ରଶାସନ ପକ୍ଷରୁ ତ୍ରୟୋଦଶ ଜାତୀୟ ମତଦାତା ଦିବସ ବୁଧବାର ପାଳିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ସଦଭାବନା ସଭାଗୃହରେ ଆୟୋଜିତ ସଚେତନତା ସଭାରେ ଜିଲ୍ଲାପାଳ ଦତାତ୍ରୟ ଭାଉସାହେବ ଶିନ୍ଦେ ଯୋଗଦେଇ ନୂତନ ଭୋଟରଙ୍କୁ ସେମାନଙ୍କ ଦାୟିତ୍ୱ ଓ କର୍ତ୍ତବ୍ୟ ସମ୍ପର୍କରେ ସୂଚନା ଦେଇଥିଲେ । ବିଶେଷ କରି ନୂତନ ଭୋଟରଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଏହି ଦିବସର ମୂଳଲକ୍ଷ୍ୟ ବୋଲି ସେ ମତପ୍ରକାଶ କରିଥିଲେ । ଗଣତନ୍ତ୍ରର ମୁଖ୍ୟ ଉପାଦାନ ଭାବେ ନାଗରିକର ମତଦାନ ଅଧିକାର ସାବ୍ୟସ୍ତ ସହ ନିରପେକ୍ଷ ଓ ସ୍ୱଚ୍ଛ ନିର୍ବାଚନ କରାଇବା ଉଦ୍ଦେଶ୍ୟରେ ଏହି ଦିବସ ପାଳିତ ହୋଇଆସୁଥିବା ଜିଲ୍ଲାପାଳ ଶ୍ରୀ ଶିନ୍ଦେ କହିଥିଲେ । ଅତିରିକ୍ତ ଜିଲ୍ଳାପାଳ ନୀଲୁ ମହାପାତ୍ର ଓ ବାଲେଶ୍ୱର ଉପଜିଲ୍ଲାପାଳ କୁନାଲ ମୋତିରାମ ଚୌହାନ ଏଥିରେ ଯୋଗଦେଇ ନୂତନ ଭୋଟରମାନଙ୍କ ମଧ୍ୟରେ ଥିବା ଉତ୍ସାହ ସମ୍ପର୍କରେ ଆଲୋଚନା କରିଥିଲେ । ଦେଶର ନାଗରିକ ଭାବେ ମିଳିଥିବା ମତଦାନର ଅଧିକାର ବ୍ୟବହାର ସହ ଭୋଟ ହାର ବୃଦ୍ଧି ପାଇଁ ସେମାନେ ସମସ୍ତଙ୍କୁ ଆହ୍ୱାନ ଦେଇଥିଲେ । ଜିଲ୍ଲା ନିର୍ବାଚନ କାର୍ଯ୍ୟାଳୟ ଦାୟିତ୍ୱରେ ଥିବା ସହକାରୀ ଜିଲ୍ଲାପାଳ ଗାୟତ୍ରୀ ସୋରେନ ଏଥିରେ ପୌରୋହିତ୍ୟ କରିବା ସହ ଜିଲ୍ଲାର ଭୋଟରେ ପରିସଂଖ୍ୟାନ ସମ୍ପର୍କରେ ସୂଚନା ଦେଇଥିଲେ । ଏହି ଅବସରରେ ଜିଲ୍ଲାପାଳ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ । ପରେ ଉକୃଷ୍ଟତା ପ୍ରଦର୍ଶନ ପାଇଁ ବିଭିନ୍ନ ବୁଥ ଲେଭେଲ ଅଫିସର (ବିଏଲଓ)ଙ୍କୁ ସମ୍ମାନିତ କରାଯାଇଥିଲା । ଏଥି ସହିତ ନୂତନ ଭୋଟରମାନଙ୍କୁ ପରିଚୟପତ୍ର ପ୍ରଦାନ କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ