ବାଳିକା ଉଚ୍ଚ ବିଦ୍ୟାଳୟରେ ଶିଶୁ ମହତ୍ସୋବ

ବେଲକୁଣ୍ଠା , (ଯୁଗାବ୍ଦ ନ୍ୟୁଜ) : ବେଲକୁଣ୍ଠା ବ୍ଲକ ଗୋବରାସ୍ଥିତ ବାସୁଦେବପୁର ବାଳିକା ଉଚ୍ଚ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ଶିଶୁ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ହୃଷିକେଶ ବିଶ୍ୱାଳଙ୍କ ସଭାପତିତ୍ୱରେ ଆୟୋଜିତ ଶିଶୁ ଉତ୍ସବକୁ ଗୋବରା ସରପଞ୍ଚ ଇନ୍ଦରାବାଇ ରାଜୁ ପ୍ରଦ୍ୱୀପ ପ୍ରଜ୍ୱଳନ କରି ଉଦଘାଟନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥୀ ଭାବେ ଓଷ୍ଠା ଜିଲ୍ଲା କାର୍ଯ୍ୟକାରୀ ସଭାପତି ସନ୍ତୋଷ କୁମାର ଜେନା , ପ୍ରଧାନ ଶିକ୍ଷୟତ୍ରୀ ଗାୟତ୍ରୀ ମିଶ୍ର , ବିଜୟ ଚନ୍ଦ୍ର ମହାରାଣ , ବ୍ଲକ ସମ୍ପାଦକ ହେମନ୍ତ କୁମାର ତ୍ରିପାଠୀ , ରବି ନାରାୟଣ ମହାନ୍ତି ପ୍ରମୁଖ ଯୋଗଦେଇଥିଲେ । ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗୀତା ଆୟୋଜନ କରାଯାଇ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମ ଶେଷରେ ଶିକ୍ଷକ ଛାୟାକାନ୍ତ ମହାପାତ୍ର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିସଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ